କଟକ ପୁରୁଣା ଛତ୍ର ବଜାର ବ୍ରିଜ ଭୁଶୁଡ଼ିବା ଘଟଣା: ଶୋକଵ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

କଲେ ଅନୁକମ୍ପାମୂଳକ ସହାୟତା ଘୋଷଣା , ଦେଲେ ଆରଡିସି ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : କଟକ ପୁରୁଣା ଛତ୍ର ବଜାର ବ୍ରିଜର ଏକ ଅଂଶ ଭୁଶୁଡ଼ିବା ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କର ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ 3 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ଆହତମାନଙ୍କୁ ଶୀଘ୍ର ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେବାସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ | ମୁଖ୍ୟମନ୍ତ୍ରୀ ଏହି ଘଟଣାର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି |

0
0
0
s2sdefault