ହେଡଲାଇନସ୍:

ଜଳସଂପଦ ବିଭାଗର ପ୍ରାକ୍ ବନ୍ୟା ପ୍ରସ୍ତୁତି ବୈଠକକ୍ଷେତ୍ରସ୍ତରୀୟ ଯନ୍ତ୍ରୀମାନଙ୍କୁ ଅପ୍ରେଲ 16 ରୁ 26 ତାରିଖ ମଧ୍ୟରେ ନଦୀବନ୍ଧ ସ୍ଥିତି ଯାଞ୍ଚ କରିବାକୁ ନିର୍ଦ୍ଦେଶ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ଆଗାମୀ ବର୍ଷାଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ଜଳସମ୍ପଦ ବିଭାଗ ତରଫରୁ ବନ୍ୟା ପ୍ରସ୍ତୁତି ପ୍ରାରମ୍ଭିକ ପର୍ଯ୍ୟାୟ ବୈଠକ ଆଜି ଅପରାହ୍ଣରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ,ରାଜ୍ୟ ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜଳ ସଂପଦ ବିଭାଗରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ବର୍ଷା ଋତୁରେ ଲଗାଣ ମୌସୁମୀ ବର୍ଷା, ସମ୍ଭାବ୍ୟ ଲଘୁଚାପ ଏବଂ ବାତ୍ୟା ଜନିତ ବର୍ଷା ଆଦିକୁ ଦୃଷ୍ଚିରେ ରଖି ଏଥିପାଇଁ ଏବେଠାରୁ ପ୍ରସ୍ତୁତି ନେଇ ବୈଠକରେ ଗୁରୁତ୍ୱାରୋପ କରାଯିବା ସହିତ ବିଭିନ୍ନ ନଦୀ ବନ୍ଧ ଓ ଜଳ ଭଣ୍ଡାରଗୁଡିକର ସ୍ଥିତି, ନଦୀବନ୍ଧର ସୁରକ୍ଷା ସମ୍ପର୍କରେ ଆଲୋଚନା କରାଯାଇଥିଲା ।
ଚଳିତ ଅପ୍ରେଲ 16 ରୁ 26 ତାରିଖ ମଧ୍ୟରେ ବିଭାଗର ସମସ୍ତ କ୍ଷେତ୍ର ସ୍ତରୀୟସ୍ତରୀୟ କନିଷ୍ଠ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀମାନେ ନଦୀବନ୍ଧ ଯାଂଚ କରି ଦୁର୍ବଳ ନଦୀବନ୍ଧ ଚିହ୍ନଟ କରିବାକୁନିର୍ଦ୍ଦେଶ ଦିଆଯିବା ସହିତ ବନ୍ୟା ପରିସ୍ଥିତି ଉପୁଜିଲେ ସେଥିପ୍ରତି ସଜାଗ ରହି ଏହାର ପ୍ରତିବିଧାନ ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବନ୍ୟା ପାଇଁ ଆଗୁଆ ପ୍ରସ୍ତୁତି ରହିଲେ ବନ୍ୟାପରିସ୍ଥିତିରେ ଅଧିକ ଘାଇ ଓ ଘଳିଆ ସୃଷ୍ଟିକୁ ରୋକାଯାଇପାରିବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ପ୍ରକାଶ କରିଥିଲେ ।ବିଭାଗର ସ୍ୱତନ୍ତ୍ର ଶାସନ ସଚିବ, ସର୍ବୋଚ୍ଚ ଯନ୍ତୀ, ବିଭିନ୍ନ ଡିଭିଜନର ମୁଖ୍ୟଯନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପ୍ରସ୍ତୁତି ସଂପର୍କରେ ତଥ୍ୟ ଉପସ୍ଥାପନ କରିବା ସହିତ ସମ୍ଭାବ୍ୟ ବନ୍ୟାରେ ନଦୀ ଓ ଜଳଭଣ୍ଡାରଗୁଡିକର ସୁପରିଚାଳନା ନେଇ ମତ ଉପସ୍ଥାପନ କରିଥିଲେ । ବିଗତ ବର୍ଷର ଅନୁଭୂତିକୁ ଆଧାର କରି ଚଳିତ ବର୍ଷ ପାଇଁ ପ୍ରସ୍ତୁତି କରିବା ପାଇଁ ଶ୍ରୀମତୀ ଗର୍ଗ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।
ରାଜ୍ୟରେ ଥିବା 7 ଟି ବୃହତ ଓ 45 ଟି ମଧ୍ୟମ ଜଳଭଣ୍ଡାର ରହିଛି । ବହୁମୁଖୀ ଜଳଭଣ୍ଡାରଗୁଡିକର ସୁପରିଚାଳନା କରିବା ପାଇଁ ଆବଶ୍ୟକୀୟ ପ୍ରସ୍ତୁତି, ସ୍ଲୁଇସ୍ଗେଟ୍ ଓ ଜଳ ନିଷ୍ପାସନ ବ୍ୟବସ୍ଥାଗୁଡିକର ସ୍ଥିତି ଯାଂଚ କରିବ ସହ ମକ୍ ଡ୍ରିଲ କରିବା, ସମସ୍ତ ଡିଭିଜନ ମାନେ ଆଗତୁରା ପ୍ରସ୍ତୁତି ରହି ବନ୍ୟା ନିୟନ୍ତ୍ରଣ ପାଇଁ ଆବଶ୍ୟକ ଉପକରଣ ମହଜୁଦ ରଖିବା, ବନ୍ୟା ସଂପର୍କରେ ପୂର୍ବାନୁମାନ ବ୍ୟବସ୍ଥାକୁ ସୁଦୃଢ କରିବା ଓ ଜନସାଧାରଣଙ୍କୁ ସୂଚନା ପ୍ରଦାନ ପାଇଁ ବନ୍ୟା ନିୟନ୍ତ୍ରଣ କକ୍ଷରେ ଆନୁଷଙ୍ଗିକବ୍ୟବସ୍ଥା କରାଯିବା ସଂପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

0
0
0
s2sdefault