ହେଡଲାଇନସ୍:

ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର:  ପଦ୍ମଶ୍ରୀ ସ୍ବର୍ଗତ ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରଛନ୍ତି | ସୂଚନା ଯୋଗ୍ୟ ଯେ ଆଜି ସନ୍ଧ୍ୟା ରେ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ ହୋଇଯାଇଛି |

ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି | ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ରଜତ କର ଓଡ଼ିଆ ସାରସ୍ୱତ ଜଗତକୁ ବହୁ ଭାବରେ ସମୃଦ୍ଧ କରିଯାଇଛନ୍ତି | .ଭଞ୍ଜ ସାହିତ୍ୟରେ ତାଙ୍କର ଅଗାଧ ପାଣ୍ଡିତ୍ୟ ଥିଲା | ଓଡ଼ିଆ ସଂସ୍କୃତି ଓ ପରମ୍ପରା ବିଶେଷ କରି ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାର ରେ ତାଙ୍କର ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ | ତାଙ୍କ ବିୟୋଗରେ ଓଡିଶା ଜଣେ ସୁଯୋଗ୍ୟ ସନ୍ତାନକୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି | ଶୋକ ସନ୍ତପ୍ତ ପରିବାର କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକ ଗତ ଆତ୍ମାର ସଦଗତି କାମନା କରିଛନ୍ତି |

0
0
0
s2sdefault