ନୟାଗଡ଼(ବିଶ୍ୱଜିତ ନାୟକ) - ଆଜି ସକାଳ ୯ଘଟିକା ସମୟରେ ଦଶପଲ୍ଲା ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିଥିଲେ । ସମୁଦାୟ ୭୮ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୬୮ଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୨ଗୋଟିର ଶୁଣାଣି କରାଯାଇ ସମୁଦାୟ ୫୬ଗୋଟି କେସର ତତ୍କାଳ ସମାଧାନ କରାଯାଇଥିଲା । ସେଥି ମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫରୁ ୮ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୭୬୦୦୦/- ଆର୍ଥିକ ଅନୁଦାନ ଏହି ଜନଶୁଣାଣି ଶିବିରରେ ପ୍ରଦାନ କରାଯାଇଥିଲା । ଅବଶିଷ୍ଟ ୨୨ଗୋଟି କେସକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଜିଲ୍ଲାପାଳ ଡା. ଟୁଡୁ ଅତୀତ ଜନଶୁଣାଣି ଶିବିରରେ ବିଭିନ୍ନ ବିଭାଗକୁ ଦିଆଯାଇଥିବା କେସଗୁଡ଼ିକ ଆସନ୍ତା ଜନଶୁଣାଣି ଶିବିର ମଧ୍ୟରେ ଫଇସଲା କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଥିଲେ । ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଦଶପଲ୍ଲା ଶାଖାର ମିଳିତ ସହଯୋଗରେ ୮ଜଣ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଧନ୍ଦାମୂଳକ କାର୍ଯ୍ୟ ନିମନ୍ତେ ଡି.ଆର.ଆଇ. ଲୋନ ପ୍ରଦାନ କରାଯାଇଥିଲା । ଶେଷରେ ଦଶପଲ୍ଲା ଓ ଗଣିଆ ଅଂଚଳର ଖବର କାଗଜ ବିତରକଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ ପରିଚୟ ପତ୍ର ଜିଲ୍ଲାପାଳ ଡା. ଟୁଡୁ ପ୍ରଦାନ କରିଥିଲେ । ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ଚନ୍ଦ୍ର ପହି , ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଉମାକାନ୍ତ ମଲ୍ଲିକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦଶପଲ୍ଲା, ତହସିଲଦାର ଦଶପଲ୍ଲା଼, ଜିଲ୍ଲାସ୍ତରୀୟ ପଦାଧିକାରୀ,ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।
ରାଜ୍ୟ
ଦଶପଲ୍ଲା ବ୍ଲକ୍ରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର
- Hits: 527