-
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଓ ଅନୁମୋଦିତ
-
ଲୋକଙ୍କ ମତାମତ ପାଇଁ ପବ୍ଲିକ ଡୋମେନରେ ପ୍ରକଳ୍ପଟି ରଖାଯାଇଥିଲା
-
ବିଧାନସଭାରେ ସର୍ବସମ୍ମତ କ୍ରମେ ପାରିତ ହୋଇଛି ପ୍ରକଳ୍ପ
-
ପ୍ରକଳ୍ପ ଶିଳାନ୍ୟାସ ଉତ୍ସବରେ ସବୁଦଳର ନେତା ଓ ବିଶିଷ୍ଟବ୍ୟକ୍ତି ଉପସ୍ଥିତ ଥିଲେ
ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହା ପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ଲେନିନ୍ ମହାନ୍ତି ।
ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଏହା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡିଶା ସରକାରଙ୍କ ନିକଟକୁ ଆସିଥିଲା ଯାହାକୁ ସରକାର ଅନୁମୋଦନ କରିପାରିଥାନ୍ତେ । କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡିଶା ବିଧାନସଭା ମାଧ୍ୟମରେ ଓଡିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା । ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା ।
ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣ (ଏନଏମଏ) କୁ ପଠାଯାଇଥିଲା ଯିଏ କି ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ଏନଏମଏର ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏହା ପରେ କାମ ଆରମ୍ଭ ହେଲା ।
ଏଏସ୍ଆଇ କିଛି ପରାମର୍ଶ ଦେଇଥିଲା ଯାହା ବିଧିବଦ୍ଧ ଭାବରେ ସାମିଲ କରାଯାଇଥିଲା ଏବଂ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା । ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ, ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ପାସ୍ କରିବା ଏବଂ ପରବର୍ତ୍ତୀ ସମୟରେ ଏନ୍ଏମଏ ଦ୍ୱାରା ଏହି ଯୋଜନା ଅନୁମୋଦନ ହେବାପରେ କାର୍ଯ୍ୟକାରୀ ହେଉଛି । ଆଗକୁ ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଆଶା କରାଯାଉଛି ଯେ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି ।