ହେଡଲାଇନସ୍:

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ନେଇ ସମୀକ୍ଷା ବୈଠକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସୁଚାରୁ ରୂପେ ଦାୟିତ୍ୱ ସଂପାଦନ ପାଇଁ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ଅମାତଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:ଚଳିତ ବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସୁଚାରୁ ରୂପେ ସଂପାଦନ କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ତଥା କର୍ମଚାରୀମାନେ ନିଷ୍ଠାପର ଭାବରେ ନିୟୋଜିତ ହେବେ ବୋଲି ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ଆଶାପ୍ରକାଶ କରିଛନ୍ତି । ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ଅମାତ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଓ ସରସସୁନ୍ଦର କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱଗୁଡ଼ିକ ବାବଦରେ ସଚେତନ ହୋଇ ସଫଳ ସଂପାଦନରେ ଅଧିକାରୀ ତଥା କର୍ମଚାରୀମାନେ ପ୍ରତିବଦ୍ଧ ହେବାକୁ ମନ୍ତ୍ରୀ ଶ୍ରୀ ଅମାତ ପରାମର୍ଶ ଦେଇଥିଲେ । ରଥଯାତ୍ରାର ବିଶ୍ୱପ୍ରସିଦ୍ଧିକୁ ଦୃଷ୍ଟିରେ ରଖି ପ୍ରଚାର, ବିଜ୍ଞାପନ ଓ ପ୍ରଦର୍ଶନୀ ଇତ୍ୟାଦି ନେଇ ବିଶେଷ ଗୁରୁତ୍ୱ ଦେବାକୁ ମନ୍ତ୍ରୀ କହିଥିଲେ ।
ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀବିଷ୍ଣୁପଦ ସେଠୀ ସମୀକ୍ଷା ବୈଠକରେ ଯୋଗଦେଇ ସାମାଜିକ ଗଣମାଧ୍ୟମରେ ବିଭାଗୀୟ କାର୍ଯ୍ୟକ୍ରମଗୁଡ଼ିକର ବ୍ୟାପକ ପ୍ରସାର ପାଇଁ ପରାମର୍ଶ ଦେବା ସହିତ ଶ୍ରୀଜଗନ୍ନାଥଙ୍କ ମହିମା ସମ୍ବଳିତ ବିିଭିନ୍ନ କିମ୍ବଦନ୍ତୀ, ଲୋକକଥା, ତଥ୍ୟର ପ୍ରଚାର ଉପରେ ବିଭାଗ ଗୁରୁତ୍ୱ ଦେବ ବୋଲି ଉଲ୍ଲେଖ କରିଥିଲେ ।
ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ବିଭାଗ ତରଫରୁ ହେବାକୁ ଥିବା କାର୍ଯ୍ୟଗୁଡ଼ିକ ଉପରେ ସୂଚନା ଦେଇଥିଲେ । ଦୂରଦର୍ଶନ ଜରିଆରେ ସିଧା ପ୍ରସାରଣ, ଅନ୍ୟାନ୍ୟ ବୈଦ୍ୟୁତିକ ଗଣମାଧ୍ୟମକୁ ଲାଇଭ୍‌ କମନ୍‌ ଫିଡ୍‌ ଯୋଗାଣ, ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ସାମ୍ବାଦିକମାନଙ୍କ ଗସ୍ତ, ସମ୍ମାନନୀୟ ଅତିଥିମାନଙ୍କ ପରିଚର୍ଯ୍ୟା, ବିଭିନ୍ନ ପ୍ରକାଶନର ରଥଯାତ୍ରା ବିଶେଷାଙ୍କ ବିକ୍ରୟ, ଫଟୋଚିତ୍ର ପ୍ରଦର୍ଶନୀ, ବିଜ୍ଞାପନ ପ୍ରସାରଣ ସହିତ ହୋଡ଼ିଙ୍ଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗ ଉପରେ ନିର୍ଦ୍ଦେଶକ ଶ୍ରୀ ତି୍ରପାଠୀ ଅବଗତ କରାଇଥିବାବେଳେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍‌ ମହାନ୍ତି ରଥଯାତ୍ରା ଦିନ ଉଭୟ ପତି୍ରକାର ବିଶେଷାଙ୍କ ସଂଖ୍ୟା ଲୋକାର୍ପିତ ହେବ ବୋଲି ଉଲ୍ଲେଖ କରିଥିଲେ ।
ଏହି ସମୀକ୍ଷା ବୈଠକରେ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ଯୁଗ୍ମ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, କ୍ଷେତ୍ରୀୟ ଅଧିକାରୀ ତଥା କର୍ମଚାରୀମାନେ ଉପସ୍ଥିତ ଥିଲେ । ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ ।

 

 

 

0
0
0
s2sdefault