ହେଡଲାଇନସ୍:

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ ରେ ପୁଣି ଥରେ ସୋଆ ସ୍ଥାନିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ଭୁବନେଶ୍ୱର : ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୧ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ରାଙ୍କିଙ୍ଗରେ ସ୍ଥାନ ପାଇଛି ସୋଆ । ବୁଧବାର ଏହି ତାଲିକା ପ୍ରକାଶିତ ହୋଇଛି ।
ଏହି ରାଙ୍କିଙ୍ଗରେ ୧୦୦୧ ରୁ ୧୨୦୦ ବ୍ରାକେଟରେ ସୋଆ ରହିଥିବା ବେଳେ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଲାଇଫ୍ ସାଇନ୍‌ସେସ୍‌, ୧୦ଟି ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଏବଂ ଅନ୍ୟ କେତେକ ପ୍ରତିଷ୍ଠିତ ଭାରତୀୟ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ସ୍ଥାନ ପାଇଛନ୍ତି ।
ଓଡ଼ିଶାର ଦୁଇଟି ଶିକ୍ଷାନୁଷ୍ଠାନ ଏଥିରେ ସ୍ଥାନ ପାଇଛନ୍ତି । ସୋଆ ବ୍ୟତୀତ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନୋଲୋଜି, ଭୁବନେଶ୍ୱର ମଧ୍ୟ ଏହି ର‌୍ୟାଙ୍କିଙ୍ଗ୍‌ରେ ରହିଛି । ଶୈକ୍ଷିକ ଖ୍ୟାତି, ନିଯୁକ୍ତିଦାତାଙ୍କ ଖ୍ୟାତି, ଫ୍ୟାକଲ୍ଟିଙ୍କର ସନ୍ଦର୍ଭ, ଫ୍ୟାକଲ୍ଟି ଛାତ୍ର ଅନୁପାତ, ଆନ୍ତର୍ଜାତିକ ଫ୍ୟାକଲ୍ଟି ଏବଂ ଆନ୍ତର୍ଜାତିକ ଛାତ୍ରଛାତ୍ରୀ ସଂଖ୍ୟା ଇତ୍ୟାଦି ବିଭିନ୍ନ ମାପଦଣ୍ଡକୁ ନେଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ରାଙ୍କିଙ୍ଗ ପ୍ରଦାନ କରାଯାଇଛି ।
ଓଡ଼ିଶାରେ ବୃତିଗତ ଶିକ୍ଷା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ରହିଥିବା ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍‌ ରାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ୨୦୨୧ରେ ଦେଶରେ ୨୦ ତମ ସ୍ଥାନ ହାସଲ କରିଛି ସୋଆ ।
୨୦୧୬ ଠାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଏନ୍‌ଆଇଆର୍‌ଏଫ୍ ରାଙ୍କିଙ୍ଗ ଆରମ୍ଭ ହେବା ପର ଠାରୁ ଦେଶର ଶ୍ରେଷ୍ଠ ୨୫ ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ କ୍ରମାଗତ ଭାବେ ସ୍ଥାନ ପାଇ ଆସିଛି ସୋଆ ।

0
0
0
s2sdefault