ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ
ଭୁବନେଶ୍ୱର : ଓଡ଼ିଶାର ବିଶିଷ୍ଟ ନାରୀନେତ୍ରୀ, ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ଆପାତତଃ ନିଶ୍ଚିତ | ଏନଡିଏ ଆଜି ତାଙ୍କୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଭାବେ ଘୋଷଣା କରିଛି | ଆଜି ରାଷ୍ଟ୍ରପତି ପ୍ରାର୍ଥୀ ଚୟନ ପାଇଁ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ରାଜନାଥ ସିଂହଙ୍କ ସମେତ ବହୁ ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ଦେଶର ସମ୍ପ୍ରତ୍ତିକ ରାଜନୈତିକ ସ୍ଥିତି ଯାହା, ସେଭଳି ପରିସ୍ଥିତିରେ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଅବଶ୍ୟମ୍ଭାବୀ ବୋଲି ଆଶା କରାଯାଉଛି | ସୂଚନାଯୋଗ୍ୟ ଯେ ବିରୋଧୀ ମେଣ୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୋବନ୍ତ ସିହ୍ନାଙ୍କୁ ତାହାର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି |