ହେଡଲାଇନସ୍:

ରଥଯାତ୍ରାରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକର ବ୍ୟବହାର ହ୍ରାସ ସହ ରିସାଇକେଲିଂ ପାଇଁ ଅପିଲ୍ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

- ରଥଯାତ୍ରାରୁ ଶ୍ରୀଗୁଣ୍ଡିଚା ଯାତ୍ରା ଯାଏଁ ପୁରୀରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାରକୁ କମ କରିବା ପାଇଁ ପରାମର୍ଶ
- ଏହି ଦିନ ଲୋକମାନେ ଭୋଗ ଓ ଫୁଲ ପାଇଁ ପଲିଥିନ୍‌, ପାଣି ବୋତଲ ଓ ଖାଦ୍ୟ ସାମଗ୍ରୀକୁ ନେବା ପାଇଁ ପ୍ଲାଷ୍ଟିକର ମାତ୍ରାଧିକ ବ୍ୟବହାର କରିଥା’ନ୍ତି
- ଏହାର ନକରାତ୍ମକ ପ୍ରଭାବ ପରିବେଶ, ଜଳାଶୟ, ଜୀବଜନ୍ତୁଙ୍କ ଉପରେ ପଡିଥାଏ
- ରଥଯାତ୍ରା ସମୟରେ ପୁରୀରେ ପ୍ଲାଷ୍ଟିକର ମାତ୍ରାଧିକ ବ୍ୟବହାର ଦ୍ୱାରା ବଡ଼ ସମସ୍ୟା ହୋଇଥାଏ
- ପରିବେଶକୁ ସ୍ୱଚ୍ଛ ଓ ସୁରକ୍ଷିତ ରଖିବା ପାଇଁ ଆମ ସମସ୍ତେ ସଂକଳ୍ପ ନେବା

ଭୁବନେଶ୍ୱର- ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ର ପୁରୀରେ ପ୍ଲାଷ୍ଟିକ ସମସ୍ୟା ଏକ ବଡ ଆହ୍ୱାନ ତିଆରି କରେ । ତେଣୁ ଏହି ପ୍ଲାଷ୍ଟିକ୍ ସମସ୍ୟାର ନିରାକରଣ ପାଇଁ ଚଳିତ ରଥଯାତ୍ରାରେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ବ୍ୟବହାରକୁ ହ୍ରାସ କରିବା ସହ ରି-ସାଇକେଲିଂ ପାଇଁ ସାମାଜିକ ସଂଗଠନ ଓ ଜନସାଧାରଣଙ୍କୁ ଏକ ଭିିଡିଓ ବାର୍ତା ମାଧ୍ୟମରେ ଅପିଲ୍ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେହିପରି ରଥଯାତ୍ରାରୁ ଶ୍ରୀଗୁଣ୍ଡିଚା ଯାତ୍ରା ପର୍ଯ୍ୟନ୍ତ ପୁରୀରେ ପ୍ଲାଷ୍ଟିକ ହ୍ରାସ କରିବା ପାଇଁ ଏହାକୁ ଏକ ଜନଆନ୍ଦୋଳନର ରୂପ ଦେବାକୁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଭିଡ଼ିଓ ବାର୍ତାରେ କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପବିତ୍ର ରଥଯାତ୍ରାର ବିଧି ବିଧାନ ଆରମ୍ଭ ହୋଇସାରିଛି । ରଥଯାତ୍ରା ବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ବଡ ଦେଉଳର ରତ୍ନ ସିଂହାସନକୁ ଛାଡି ବଡଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କୁ ପ୍ରତ୍ୟକ୍ଷ ଦର୍ଶନ ଦେବେ । ଏହି ଅନନ୍ୟ ଆଧ୍ୟାତ୍ମିକ ଓ ସାଂସ୍କୃତିକ ପରମ୍ପରାରେ ଯୋଡ଼ି ହେବା ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ସମାଗମ ହେବ । ରଥ ଭିଡ଼ିବା ପାଇଁ ବଡ଼ଦାଣ୍ଡ ଜନସମୁଦ୍ରରେ ପରିଣତ ହେବ । ବିଶେଷ ଭାବରେ ରଥଯାତ୍ରା ସମୟରେ ଲୋକମାନଙ୍କ ଦ୍ୱାରା ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ବ୍ୟବହାର ବଢ଼ିଥାଏ । ଲୋକମାନେ ବ୍ୟବହୃତ ଭୋଗ ଓ ଫୁଲ ପାଇଁ ପଲିଥିନ, ପାଣି ବୋତଲ, ପାଣି ଗ୍ଲାସ ତଥା ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀକୁ ନେବା ପାଇଁ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକର ମାତ୍ରାଧିକ ବ୍ୟବହାର କରନ୍ତି । ଏହାର ନକରାତ୍ମକ ପ୍ରଭାବ ପରିବେଶ, ଜଳାଶୟ, ଜୀବଜନ୍ତୁଙ୍କ ଉପରେ ପଡେ ।

ଆଜିର ସମୟରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଏକ ବଡ଼ ସମସ୍ୟା ଭାବରେ ଆମ ସାମ୍ନାରେ ଠିଆ ହୋଇଛି । ଏବେ ଦେଶରେ ସମ୍ପୂର୍ଣ୍ଣ ଭାବରେ ବନ୍ଦ ନ ହେଲେ ବି ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବନ୍ଦ କରିବା ପାଇଁ ସର୍ବସମ୍ମତି ପ୍ରକାଶ ପାଉଛି । ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକର ବ୍ୟବହାରକୁ ହ୍ରାସ କରିବା ସହ ଏହାର ରିୟୁଜ୍ ଏବଂ ରି-ସାଇକେଲ ପାଇଁ ପଦ୍ଧତି ତିଆରି କରିବାକୁ ପଡ଼ିବ । ପରିବେଶକୁ ସ୍ୱଚ୍ଛ ଓ ସୁରକ୍ଷିତ ରଖିବା ପାଇଁ ଆମ ସମସ୍ତଙ୍କୁ ସଂକଳ୍ପ ନେବାକୁ ପଡ଼ିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମହାପ୍ରଭୁଙ୍କ ପ୍ରତି ଆମ ମନରେ ଥିବା ସମର୍ପଣ, ଭକ୍ତି ଭାବ ଓ ନିଷ୍ଠାର ବ୍ୟବହାରିକ ରୂପ ହେବା ଦରକାର । ଚଳିତ ରଥଯାତ୍ରା ସମୟରେ ଆମ ଭକ୍ତିଭାବ ଓ ନିଷ୍ଠାର ସହ ସିଙ୍ଗଲ ୟୁଜ ପ୍ଲାଷ୍ଟିକ୍ ଏକାଠୀ କରିବା ଏବଂ ପରେ ତାହାର ପୁନଃବ୍ୟବହାର କରିବା ପାଇଁ ସମସ୍ତେ ସଂକଳ୍ପ ନେବା ଦରକାର । ବିଶେଷ ଭାବରେ ଜନସଂଗଠନ ଓ ନାଗରିକମାନେ ଏଥିପାଇଁ ସ୍ୱତଃପ୍ରବୃତ ଭାବେ ଜନଆନ୍ଦୋଳନ ଆରମ୍ଭ କରିବା ଦରକାର । ଏହା ଦ୍ୱାରା ଆମ ପରିବେଶ ସୁରକ୍ଷିତ ହେବା ସହ ଯୁବପିଢିଙ୍କ ପାଇଁ ଭବିଷ୍ୟତକୁ ସୁରକ୍ଷିତ ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଭିଡିଓ ବାର୍ତାରେ କହିଛନ୍ତି ।

0
0
0
s2sdefault