ହେଡଲାଇନସ୍:

ଭାପୁର ପଂଚାୟତ ସମିତିରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୟାଗଡ଼(ବିଶ୍ୱଜିତ ନାୟକ) - ଭାପୁର ପଂଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଡା. ଟୁଡୁ ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମସମୁଦାୟ ୧୩୭ଗୋଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଭାବେ ୧୨୩ଗୋଟି ଅଭିଯୋଗ, ସାମୁହିକ ଗ୍ରାମ ବିବାଦ ୦୨ଗୋଟିର ଶୁଣାଣି କରାଯାଇ ସମୁଦାୟ ୫୫ଗୋଟି କେସର ତତ୍‌କାଳ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ୍ ଫରୁ ୧୦ଜଣ ଦରଖାସ୍ତକାରୀଙ୍କୁ ମୋଟ ଟ.୮୫୦୦୦/- ଏବଂ ଜିଲ୍ଲା ରେଡକ୍ରସରୁ ୦୨ଜଣ ଦରଖାସ୍ତକାରୀଙ୍କୁ ଟ.୪୦୦୦୦/- ଆର୍ଥିକ ଅନୁଦାନ ପ୍ରଦାନ କରାଯାଇଥିଲା । ଅବଶିଷ୍ଟ କେସ ଗୁଡ଼ିକୁ ସାମାଧାନ ନିମନ୍ତେ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଏହି ଜନଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ଅଲେଖ ପହି, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଅଧ୍ୟକ୍ଷା ପଂଚାୟତ ସମିତି ଭାପୁର ସାବିତ୍ରୀ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାପୁର, ତହସିଲଦାର ଭାପୁର , ଜିଲ୍ଲାସ୍ତରୀୟ ପଦାଧିକାରୀ, ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଗୁଡ଼ିକ ଶୁଣାଣି କରିବାରେ ଜିଲ୍ଲାପାଳ ଡା. ଟୁଡୁଙ୍କୁ ସହଯୋଗ କରିଥିଲେ ।

0
0
0
s2sdefault