ହେଡଲାଇନସ୍:

୭୬ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାୟଗଡରୁ ସରୋଜ କୁମାର ସାହୁ: ଜିଲ୍ଲା ସ୍ତରୀୟ ୭୬ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଜିଲ୍ଲା ପରିଷଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧର୍ମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ -୧ ଶ୍ରୀ ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଶ୍ରୀ ରବି ନାରାୟଣ ତ୍ରିପାଠୀ, ନଗରପାଳ ଶ୍ରୀ ପି. ମହେଶ ପଟ୍ଟନାୟକ, ପି.ଏ. ଆଇ.ଟି.ଡି.ଏ, ଶ୍ରୀ ପଦ୍ମ ଚରଣ ନାୟକ, ଉପ-ଜିଲ୍ଲାପାଳ,ରାୟଗଡ ଶ୍ରୀ ଭିମ୍‍ସେନ୍‍ ଶବର ଆଦି
ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଚଳିତ ସ୍ୱାଧୀନତା ଦିବସ ମଧ୍ୟ କୋଭିଡ୍‍ ନିୟମ ପାଳନ ପୂର୍ବକ ଆୟୋଜନ କରାଯିବ । ପ୍ୟାରେଡ୍‍ କାର୍ଯ୍ୟକ୍ରମ ଓ ଜନସାଧାରଣ ସମାଗମ ନିଷେଧ କରାଯାଇଛି । କମ୍‍ ସଂଖ୍ୟକ ବ୍ୟକ୍ତି ବିଶେଷଙ୍କୁ ନେଇ ପଡିଆରେ ପାଳନ କରାଯିବ । ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ରାମଧୂନ ପରିବେଷଣ କରାଯିବ । ସକାଳ ଘ. ୭.୩୦ ମି ଠାରୁ ଘ.୮.୦୦ମି ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସହରରେ ଅବସ୍ଥାପିତ ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ ଓ ପୂଜ୍ୟପୁଜା କରାଯିବ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ ଚଳିତ ବର୍ଷ ଜିଲ୍ଲାରେ ବାର୍ଷିକ ପରୀକ୍ଷାରେ ସର୍ବୋଚ୍ଚ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ଯଥା- ୧୦ମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନୀତ କରାଯିବ ଏବଂ ବିଭିନ୍ନ ଅନୁଷ୍ଠାନରେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ, ଉପ କାରାଗାର, ସେବା ସମାଜ, ସ୍ବଧାର ଗୃହର ଅନ୍ତେବାସୀ ଏବଂ ବରିଷ୍ଠ ନାଗରିକ ମାନଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ କରାଯିବ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ, ପୌର ନିର୍ବାହୀ ଅଧିକାରୀ, ପୂର୍ତ୍ତ ବିଭାଗ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, ସହରର ମାନ୍ୟଗଣ୍ୟ ବ୍ୟକ୍ତି ଓ ସାମ୍ୱାଦିକ ସଂଘର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । ଶେଷରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

0
0
0
s2sdefault