ଭୁବନେଶ୍ୱର : ଭାରତୀୟ ପ୍ରଶାସନକି ସେବାର ବରିଷ୍ଠ ଅଧିକାରୀ ଏସ୍. ଆଶ୍ୱଥୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ନେବା ପରେ ଶାସନ ସଚିବ ଏସ୍. ଆଶ୍ୱଥୀ ବିଭାଗୀୟ ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କୁ ତାଙ୍କ ଲୋକସେବା ଭବନସ୍ଥିତ ପ୍ରକୋଷ୍ଠରେ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଶ୍ରୀ ଉପେନ୍ଦ୍ର ତି୍ରପାଠୀ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଉପସ୍ଥିତ ଥିଲେ ।
ମନ୍ତ୍ରୀ ଶ୍ରୀ ଦାଶଙ୍କ ସହ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା ଆଦି ବାବଦରେ ସେ ଆଲୋଚନା କରିଥିଲେ । ବିଭାଗକୁ ଅଧିକ କ୍ରିୟାଶୀଳ କରି ଶିକ୍ଷା କ୍ଷେତ୍ରରେ ରାଜ୍ୟକୁ ଏକ ଉଚ୍ଚତର ସୋପାନକୁ ନେବା ପାଇଁ ମନ୍ତ୍ରୀ ଶ୍ରୀ ଦାଶ ଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ । ଏହି ସୌହାର୍ଦ୍ଦ୍ୟପୂର୍ଣ୍ଣ ସାକ୍ଷାତ ସମୟରେ ବିଭାଗରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରମୁଖ ଯୋଜନା ସମ୍ବନ୍ଧରେ ଆଲୋଚନା କରାଯାଇଥିଲା ।
ରାଜ୍ୟ
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ଏସ୍. ଆଶ୍ୱଥୀ
- Hits: 544