ହେଡଲାଇନସ୍:

ଅତିରିକ୍ତ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

* ବିଭିନ୍ନ ୨0ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ 

* ତୁରନ୍ତ ସମାଧାନ ହେଲା ବିଭିନ୍ନ 0୮ଗୋଟି ଅଭିଯୋଗ 

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୬ ଗୋଟି ଓ ସାମୁହିକ ଦରଖାସ୍ତ 0୪ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୨0 ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୮ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଭାରପ୍ରାପ୍ତ ବିଡିଓ, ସୋନପୁର- ଶଶିଭୂଷଣ ପ୍ରଧାନ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ- ନିହାର ରଞ୍ଜନ କଁହର ,ଉପ ଜିଲ୍ଲାପାଳ, ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ସି ଡି ଏମ ଓ ଡ଼ଃ ବିଶ୍ୱ ରଞ୍ଜନ ପତି,ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

0
0
0
s2sdefault