୭୬ ତମ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ-୨୦୨୨ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନର ଜିଲ୍ଲା ସୂଚନା ଓ ଲୋକ-ସମ୍ପର୍କ ବିଭାଗ ଆନୁକୂଲ୍ୟରେ ୭୬ ତମ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ-୨୦୨୨ କୋଭିଡ-୧୯ ମାର୍ଗଦର୍ଶିକା ଅନୁଯାୟୀ ପାଳିତ ହୋଇଯାଇଛି।
ଏହି ଦିବସ ପାଳନ ଉତ୍ସବରେ ଓଡ଼ିଶାର ମାନ୍ୟବର ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀଯୁକ୍ତ ଶ୍ରୀକାନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
ସମାରୋହରେ ଯୋଗ ଦେଇଥିବା ପୋଲିସ ପ୍ୟାରେଡ ଦଳକୁ ପରିଦର୍ଶନ କରିବା ସହ ଦଳର ଅଭିବାଦନ ଗ୍ରହଣ କରିଥିଲେ।
ପରେ ସମବେତ ଥିବା ଜନତାଙ୍କୁ ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ ଉଦବୋଧନ ଦେଇ କହିଥିଲେ ଯେ , ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଆଜି ଦେଶବ୍ୟାପୀ ପାଳନ ହେଉଛି ୭୬ ତମ ସ୍ଵାଧୀନତା ଦିବସ । ଆମକୁ ସ୍ଵାଧୀନତା ସହଜେ ମିଳି ନ ଥିବା ବେଳେ ଏହି କଷ୍ଟସାଧ୍ୟ ଜାତୀୟତା ସଂଗ୍ରାମରେ ସାମିଲ ହୋଇ ଉତ୍ସର୍ଗୀକୃତ ବଳିଦାନ ଦେଇଥିବା ଅଗଣିତ ସ୍ଵାଧୀନତା ସଂଗ୍ରାମୀଙ୍କ ଉଦ୍ଦେଶ୍ୟରେ ଆଜି ସେମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଏହି ଅବସରରେ ଉପସ୍ଥିତ ସମସ୍ତଙ୍କୁ ଆହ୍ବାନ ଦେଇ କହିଥିଲେ ଯେ , ଆମେ ସମସ୍ତେ ଦେଶ ମାତୃକା ପାଇଁ ଏବଂ ଓଡ଼ିଶା ରାଜ୍ୟର ସର୍ବାଙ୍ଗୀନ ବିକାଶ ଓ ସୁରକ୍ଷା ଦିଗରେ ନିଜକୁ ଉତ୍ସର୍ଗ କରିବା ପାଇଁ ଶପଥ ନେବା। ଆମେ ଆମ ରାଜ୍ୟ ଓ ଜିଲ୍ଲାଞ୍ଚଳ ସମେତ ଆମ ଜାତି ଓ ସଭ୍ୟତାର ସୁରକ୍ଷା କରିବା ପାଇଁ ସଂକଳ୍ପ ବଦ୍ଧ ହେବାପାଇଁ ଆହ୍ବାନ କରିଥିଲେ।
ଏହି ଅବସରରେ ମନ୍ତ୍ରୀ ଶ୍ରୀ ସାହୁ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନ ଓ ବିଭିନ୍ନ ବିଭାଗର ସର୍ବଶ୍ରେଷ୍ଠ କୃତିତ୍ଵ ଅର୍ଜନ କରିଥିବା କର୍ମଚାରୀ ଓ ବ୍ୟକ୍ତି ବିଶେଷ ମାନଙ୍କୁ ପୁରସ୍କାର ଏବଂ ପ୍ରମାଣପତ୍ର ବଣ୍ଟନ କରିଥିଲେ।
ଏହି ସମାରୋହ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି.ତିରୁପତି ରାଓ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥି , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ , ଜିଲ୍ଲା ପରିଷଦ ଶ୍ରୀ ରୋମାଞ୍ଚ ଖମାରୀ , ପାରଳା ପୌରଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ଏବଂ ଓଏସଏପି: କମାଣ୍ଡେଣ୍ଟ ଶ୍ରୀ ଜୁରିଆ ବେହେରାଙ୍କ ସମେତ ବହୁ ସଂଖ୍ୟାରେ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ-ସମ୍ପର୍କ ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପରିଚାଳନା କରିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ସହଯୋଗ କରିଥିଲେ।

0
0
0
s2sdefault