ଭୁବନେଶ୍ୱର : ଜଣାଶୁଣା ଛାତ୍ର ନେତା ତଥା ମିକୁ ପ୍ରଧାନଙ୍କୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି ଦିଆଯାଇଥିବା ଯୋଗୁ ତାଙ୍କୁ ଏଥିପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି | ବହୁ ଛାତ୍ର ନେତା ନେତ୍ରୀ ଓ ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ମାନେ ଶ୍ରୀ ପ୍ରଧାନଙ୍କୁ ସାକ୍ଷାତ କରି ନୂତନ ନିଯୁକ୍ତି ପାଇଁ ଅଭିନନ୍ଦନ ଜଣାଇଛନ୍ତି |
ବିଜୁଛାତ୍ରଜନତାଦଳ ର ରାଜ୍ୟକାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ଦିଆଯାଇଥିବାରୁ ଶ୍ରୀ ପ୍ରଧାନ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ , ରାଜ୍ୟ ସାଙ୍ଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ , ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଜେଡି ସାଧାରଣ ସମ୍ପାଦକ ( ଯୁବ ଛାତ୍ର ବ୍ୟାପାର ) ଶ୍ରୀ ପ୍ରଣବ ବଳବନ୍ତରାୟ , ବିଜୁ ଛାତ୍ର ଜନତା ଦଳ ର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ଅଶେଷ କୃତଜ୍ଞତା ଜଣାଇଛନ୍ତି ।












