ହେଡଲାଇନସ୍:

୧୪ଟି ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପୁଣି ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,: ଊତରପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବା ଫଳରେ ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି  ।

ଆସନ୍ତା ୧୯ ତାରିଖ ସୁଦ୍ଧା ଓଡ଼ିଶାର ୧୪ଟି ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୁଚନା ଦେଇଛନ୍ତି ସୋଆ (ଡ଼ିମ୍ଡ଼ ଟୁ ବି ୟୁନିଭର୍ସିଟି)ର  ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ  ଡ଼. ଶରତ ଚନ୍ଦ୍ର ସାହୁ । ଏହି ଜିଲ୍ଳା ଗୁଡ଼ିକ ହେଉଛି ନବରଂଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ପୁରୀ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ।

ତେବେ କୋରାପୁଟ, ରାୟଗଡା, ମାଲ୍କାନ୍ଗିରି, ନବରଂଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ସୁନ୍ଦରଗଡ ଜିଲ୍ଲାରେ ୨୦ ତାରିଖ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ କୋରାପୁଟ, ମାଲ୍କାନ୍ଗିରି ଏବଂ ନବରଙ୍ଗପୁର ଜିଲ୍ଲାରେ ଏହି ବର୍ଷା ଜାରି ରହିବ । 

0
0
0
s2sdefault