ହେଡଲାଇନସ୍:

ସେପ୍ଟେମ୍ବର ୧୫ରୁ ପୁଣି ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକୋର୍ଟ ଶୁଣାଣି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ଏବେଠୁ ଗ୍ରାମରେ ହେବ ରାଜସ୍ୱ ମାମଲାର ଫଇସଲା

  • ପ୍ରତ୍ୟେକ ସପ୍ତାହରେ ୨-୩ ଦିନ ହେବ କ୍ୟାମ୍ପ କୋର୍ଟ

  • ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ନିୟମିତ ସମୀକ୍ଷା

  • କ୍ୟାମ୍ପ କୋର୍ଟ ନହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ସେବା ଅନଲାଇନ ମାଧ୍ୟମରେ ଉପଲବ୍ଧ କରାଯାଇଛିା ରାଜସ୍ୱ ରଥ ମାଧ୍ୟମରେ ଲୋକଙ୍କ ଘରେ ଘରେ ପଟ୍ଟା ଓ ବିଭିନ୍ନ ପ୍ରକାରର ସାର୍ଟିଫିକେଟ ବଣ୍ଟାଯାଉଛିା ପ୍ରତ୍ୟେକ ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକ ଫଳରେ ରାଜସ୍ୱ ସେବାରେ ଉଲ୍ଲେଖନୀୟ ପରିବର୍ତନ ଆସିଛିା ରାଜସ୍ୱ ସମୀକ୍ଷା ବୈଠକ ପରେ ରାଜସ୍ୱ ରଥ ମାଧ୍ୟମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତରଫରୁ ପାଖାପାଖି ୧ ଲକ୍ଷ ପଟ୍ଟା ବଣ୍ଟନ କରାଯାଇଛିା ଏବେ ପ୍ରାୟ କୌଣସି ବିବିଧ ଏବଂ ଜାତିଗତ ପ୍ରମାଣପତ୍ର ଓ ବିବାଦବିହୀନ ଦାଖଲ ଖାରଜ ମାମଲାରେ ଲୋକମାନଙ୍କୁ ତହସିଲ ଯିବାର ଆବଶ୍ୟକତା ନାହିାଁ ତଥାପି ରାଜସ୍ୱ କୋର୍ଟରେ ଶୁଣାଣି ହେଉଥିବା ବିଭିନ୍ନ ରାଜସ୍ୱ ମାମଲାର ଫଇସଲା ପାଇଁ ଲୋକମାନଙ୍କୁ ତହସିଲ ଅଫିସ ଯିବାକୁ ପଡିଥାଏା ସେହି ସବୁ ରାଜସ୍ୱ ମାମଲାରେ ଲୋକମାନଙ୍କୁ ତହସିଲ ନ ଯିବା ପାଇଁ ତଥା ରାଜସ୍ୱ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ଓ ରାଜସ୍ୱ ବିଭାଗକୁ ଅଧିକ କ୍ରିୟାଶୀଳ କରିବାକୁ ମୁଖମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ରାଜସ୍ୱ କ୍ଷେତ୍ରାଧିକାରୀ ଯଥା ତହସିଲଦାର ଓ ଅତିରିକ୍ତ ତହସିଲଦାରମାନଙ୍କୁ କ୍ୟାମ୍ପ କୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛିା ସେପ୍ଟେମ୍ବର ୧୫ରୁ ପୁଣି ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକୋର୍ଟ ଶୁଣାଣି ଆରମ୍ଭ ହେବ | ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାରମାନେ ପ୍ରତି ସପ୍ତାହରେ ୨ ରୁ ୩ ଦିନ ବିଭିନ୍ନ ସେମାନଙ୍କ ଅଧିନସ୍ଥ ରାଜସ୍ୱ ନିରୀକ୍ଷକଙ୍କ ଅଫିସ, ପଂଚାୟତ ଓ ଗ୍ରାମରେ କ୍ୟାମ୍ପ କୋର୍ଟ କରିବାକୁ ରାଜସ୍ୱ ଓ ବିପର୍ଯୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତିା ଏହା ଦ୍ୱାରା ପ୍ରତି ମାସରେ ପ୍ରତ୍ୟେକ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧିନସ୍ଥ ପ୍ରତ୍ୟେକ ଗ୍ରାମ ଗସ୍ତ କରି ବିଭିନ୍ନ ରାଜସ୍ୱ ମାମଲାର ଫଇସଲା କରିପାରିବୋ
ଏଥିପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି ଓ ପ୍ରତ୍ୟେକ ଡିଭିଜନର ରାଜସ୍ୱ ଆୟୁକ୍ତମାନଙ୍କୁ ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀଙ୍କ ସାପ୍ତାହିକ ସମୀକ୍ଷା ବୈଠକରେ ସଚେତନ କରାଯାଇଛିା ଏହା ପରେ ପ୍ରତ୍ୟେକ ଜିଲ୍ଲାର ନୋଡାଲ ଅଫିସରମାନଙ୍କୁ ତହସିଲ ଅଫିସର କ୍ୟାମ୍ପ କୋର୍ଟ ଉପରେ ସ୍ୱତନ୍ତ୍ର ଭାବରେ ସମୀକ୍ଷା ବୈଠକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ପ୍ରତ୍ୟେକ ଜିଲ୍ଲାର ରାଜସ୍ୱ ସମୀକ୍ଷା ବୈଠକରେ ଏହି କାର୍ଯ୍ୟସୂଚୀ ଉପରେ ନିୟମିତ ସମୀକ୍ଷା ହେବା କ୍ୟାମ୍ପ କୋର୍ଟ କରିବାରେ ଅବହେଳା ହେଲେ ରାଜସ୍ୱ ଅଧିକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତିା

0
0
0
s2sdefault