ହେଡଲାଇନସ୍:

ହାରାହାରି ୪ଜି ଡାଉନ୍‌ଲୋଡ୍ ଏବଂ ଅପ୍‌ଲୋଡ୍ ସ୍ପିଡ୍‌ରେ ଜିଓ ଏକ ନମ୍ବର: ଟ୍ରାଇ ତଥ୍ୟ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ଦେଶରେ ହାରାହାରି ୧୯.୧ ଏମ୍‌ବିପିଏସ୍ ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ସହ ଶୀର୍ଷ ସ୍ଥାନରେ ଜିଓ

  • ଭୋଡାଫୋନ୍ ଆଇଡିଆକୁ ପଛରେ ପକାଇ ହାରାହାରି ୪ଜି ଅପ୍‌ଲୋଡ୍ ସ୍ପିଡ୍‌ରେ ମଧ୍ୟ ଜିଓ ଏକ ନମ୍ବର

  • ଓକ୍‌ଲାର ୫ଜି ସ୍ପିଡ୍ ପରୀକ୍ଷାରେ ଏୟାରଟେଲ୍ ଠାରୁ ବହୁ ଆଗରେ ରହିଛି ଜିଓ

ଭୁବନେଶ୍ୱର: ଦେଶର ସବୁଠୁ ବଡ଼ ଟେଲିକମ୍ କଂପାନି ରିଲାଏନ୍ସ ଜିଓ ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ସହିତ ଅପ୍‌ଲୋଡ୍ ସ୍ପିଡ୍‌ରେ ଏକ ମଧ୍ୟ ଏକ ନମ୍ବର ସ୍ଥାନ ହାସଲ କରିଛି । ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ଦ୍ୱାରା ଜାରି କରାଯାଇଥିବା ସେପ୍ଟେମ୍ବର ମାସ ତଥ୍ୟ ଅନୁଯାୟୀ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ୧୯.୧ ଏମ୍‌ବିପିଏସ୍ ରହିଛି । ଅଗଷ୍ଟ ମାସରେ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ୧୭.୪ ଏମ୍‌ବିପିଏସ୍ ଥିଲା । ନିକଟରେ ଓକ୍‌ଲା ପକ୍ଷରୁ ରାଜଧାନୀ ଦିଲ୍ଲୀ ସମେତ ଚାରିଟି ସହରରେ ହାରାହାରି ୫ଜି ସ୍ପିଡ୍‌ର ତଥ୍ୟ ଜାରି କରାଯାଇଥିଲା । ସେଥିରେ ରିଲାଏନ୍ସ ଜିଓ ନିଜ ପ୍ରତିଦ୍ୱନ୍ଦ୍ୱୀ ଏୟାରଟେଲ୍‌ଠାରୁ ବହୁ ଆଗରେ ରହିଥିଲା । ଦିଲ୍ଲୀରେ ଜିଓ ୬୦୦ ଏମ୍‌ବିପିଏସ୍‌ର ହାରାହାରି ୫ଜି ଡାଉନ୍‌ଲୋଡ୍ ସ୍ପିଡ୍ ହାସଲ କରିଥିଲା ।
ଅନ୍ୟ ପକ୍ଷରେ ଟ୍ରାଇ ତଥ୍ୟ ଅନୁଯାୟୀ ଭୋଡାଫୋନ୍ ଆଇଡିଆର ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ସେପ୍ଟେମ୍ବର ସୁଦ୍ଧା ୧୨.୭ ଏମ୍‌ବିପିଏସ୍‌କୁ ହ୍ରାସ ପାଇଛି । ସେପ୍ଟେମ୍ବରରେ ଏୟାରଟେଲ୍‌ର ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ୧୪ ଏମ୍‌ବିପିଏସ୍ ରହିଛି । ଜିଓଠାରୁ ଉଭୟ ଏୟାରଟେଲ୍ ଓ ଭୋଡାଫୋନ୍ ଆଇଡିଆ ବହୁ ପଛରେ ରହିଛନ୍ତି । ଟ୍ରାଇର ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ପରୀକ୍ଷାରେ ଜିଓ ଆରମ୍ଭରୁ ଏକ ନମ୍ବର ସ୍ଥାନରେ ରହିଆସିଛି ।
ତେବେ ସବୁଠୁ ବଡ଼ ପରିବର୍ତନ ୪ଜି ଅପ୍‌ଲୋଡ୍ ସ୍ପିଡ୍‌ରେ ଦେଖିବାକୁ ମିଳିଛି । ଦୀର୍ଘ ଦିନ ପର୍ଯ୍ୟନ୍ତ ଏକ ନମ୍ବର ସ୍ଥାନରେ ଥିବା ଭୋଡାଫୋନ୍ ଆଇଡିଆକୁ ପଦଚ୍ୟୁତ କରି ହାରାହାରି ୪ଜି ଅପ୍‌ଲୋଡ୍ ସ୍ପିଡ୍‌ରେ ଜିଓ ଦେଶରେ ଏକ ନମ୍ବର ସ୍ଥାନରେ ପହଂଚିଛି । ଟ୍ରାଇର ତଥ୍ୟ ଅନୁଯାୟୀ ସେପ୍ଟେମ୍ବର ମାସରେ ଜିଓକୁ ବାଦ ଦେଇ ଅନ୍ୟ ସବୁ ଟେଲିକମ୍ ଅପରେଟରଙ୍କ ହାରାହାରି ୪ଜି ଅପ୍‌ଲୋଡ୍ ସ୍ପିଡ୍ ହ୍ରାସ ପାଇଛି । ଜିଓର ହାରାହାରି ୪ଜି ଅପ୍‌ଲୋଡ୍ ସ୍ପିଡ୍ ୬.୪ ଏମ୍‌ବିପିଏସ୍ ରହିଥିବା ବେଳେ ଭୋଡାଫୋନ୍ ଆଇଡିଆର ୫.୯ ଏମ୍‌ବିପିଏସ୍ ରହିଛି । ଏୟାରଟେଲ୍‌ର ହାରାହାରି ୪ଜି ଅପ୍‌ଲୋଡ୍ ସ୍ପିଡ୍ ହ୍ରାସ ପାଇ ବିଏସ୍‌ଏନ୍‌ଏଲ୍ ସହିତ ସମାନ ୩.୪ ଏମ୍‌ବିପିଏସ୍ ରହିଛି ।
ଟ୍ରାଇ ଦ୍ୱାରା ବାସ୍ତବ ସମୟ ଭିତିରେ ଏହାର ମାଇଁ ସ୍ପିଡ୍ ଆପ୍ଲିକେସନ ସହାୟତାରେ ସଂଗୃହୀତ ତଥ୍ୟ ଭିତିରେ ହାରାହାରି ସ୍ପିଡ୍ ଆକଳନ କରାଯାଇଥାଏ ।
ଟ୍ରାଇର ମାଇଁ ସ୍ପିଡ୍ ପୋର୍ଟାଲ୍‌ରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଓଡ଼ିଶାରେ ଜିଓର ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ୫୪.୯ ଏମ୍‌ବିପିଏସ୍ ରହିଥିବା ବେଳେ ଏହାଠାରୁ ବହୁ ପଛରେ ରହିଥିବା ଏୟାରଟେଲ୍ ଓ ଭୋଡାଫୋନ୍ ଆଇଡିଆର ହାରାହାରି ୪ଜି ଡାଉନ୍‌ଲୋଡ୍ ସ୍ପିଡ୍ ଯଥାକ୍ରମେ ୧୮.୮ ଏମ୍‌ବିପିଏସ୍ ଓ ୧୪ ଏମ୍‌ବିପିଏସ୍ ରହିଛି ।

 

 

 

 

 

0
0
0
s2sdefault