ହେଡଲାଇନସ୍:

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜୟରାମ ଶତପଥୀଙ୍କ ମିଳିତ ଏହି ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୋଷାଣୀ ବ୍ଲକର ରାମ୍ପା , ଲାବଣ୍ୟଗଡ଼ , ଘୋରଣି ଓ ସୋବରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୬୪ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୩୮ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା ୨୬ଟି , ଗୋଟିଏ ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି। ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
 ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ , ଗଜପତି ରୋମାଞ୍ଚଳ ଖମାରୀ , ପିଏ.ଆଇ.ଟି.ଡି.ଏ ଫାଲଗୁନି ମାଝୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା.ପ୍ରଦୀପ କୁମାର ପାତ୍ର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ନୀଳମାଧବ ମାଝୀ , ତହସିଲଦାର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଜୟଦ୍ରଥ ଆଚାର୍ଯ୍ୟ , ସ୍ଥାନୀୟ ପଞ୍ଚାୟତ ସମିତି ଅଧ୍ୟକ୍ଷ , ସରପଞ୍ଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।

0
0
0
s2sdefault