ମତଦାନ ଚାଲିଥିବା ବେଳେ ରାଜନେତା , ରାଜନୈତିକ ଦଳର ବାଇଟ ବା ପ୍ରତିକ୍ରିୟା ପ୍ରସାରଣକରନ୍ତୁ ନାହିଁ : ସିଇଓ
ଭଦ୍ରକ : (ସତ୍ୟବ୍ରତ ନାୟକ) :ଧାମନଗର ଉପନିର୍ବାଚନ ପାଇଁ ମତଦାନ ଜାରି ରହିଥିବା ବେଳେ ଦିନ ଗୋଟାଏ ସୁଦ୍ଧା ୩୮.୭୫% ମତଦାନ ହୋଇଛି | ସକାଳ ୯ଟା ସୁଦ୍ଧା ୧୦.୨୫ % ମତଦାନ ହୋଇଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୩୬% ମତଦାନ ହୋଇଥିଲା | ମତଦାନ ଚାଲିଥିବା ବେଳେ କୌଣସି ରାଜନେତା , ରାଜନୈତିକ ଦଳର ବାଇଟ ବା ପ୍ରତିକ୍ରିୟା ପ୍ରସାରଣ ନକରିବା ପାଇଁ ବୈଦ୍ୟୁତିକ ଚାନେଲ ଗୁଡିକୁ ମୁଖ୍ୟ ନିର୍ବାଚନ ଅଧିକାରୀ ପରାମର୍ଶ ଦେଇଛନ୍ତି | ତାହା ଆଦର୍ଶ ନିର୍ବାଚନ ଆଚରଣ ବିଧିର ଉଲ୍ଲଙ୍ଘନ ବୋଲି ସେସମ୍ପର୍କିତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି | ସୂଚନାଯୋଗ୍ୟ ଯେ, ଧାମନଗର ଉପନିର୍ବାଚନ ଲାଗି ବ୍ୟାପକ ପ୍ରସ୍ତୁତି ହୋଇଛି। ବୁଥର ୧୦୦ମିଟର ଭିତରେ ବିଶୃଙ୍ଖଳାକାରୀଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଉପନିର୍ବାଚନରେ ଶାନ୍ତି ଶୃଙ୍ଖଳା ରକ୍ଷା ଲାଗିମୋଟ ୯୯୭ ଜଣ ପୁଲିସ କର୍ମଚାରୀ ମଧ୍ୟ ବିଭିନ୍ନ ମତଦାନ କେନ୍ଦ୍ରରେ ରହିଛନ୍ତି। ସେହିଭଳି ୪ କମ୍ପାନୀ CRPF, ୨୪ଟି ମୋବାଇଲ୍ ପାର୍ଟି, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ୍ ଫୋର୍ସ, ୩୦ଜଣ ସେକ୍ଟର ଅଧିକାରୀ, ୯ ସେକ୍ଟର ମାଜିଷ୍ଟ୍ରେଟ୍, ୧୦୦ଜଣ ସବ୍ଇନ୍ସପେକ୍ଟର ଓ ଇନ୍ସପେକ୍ଟର, ୨ଜଣ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଓ ୬ ଡିଏସପି ମୃତୟନ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୧୦ଟି ଉତ୍ତେଜନାପ୍ରବଣ ବୁଥ୍ ଓ ୨୫ଟି ଅତି ଉତ୍ତେଜନାପ୍ରବଣ ବୁଥ୍ ରେ ସଶସ୍ତ୍ର ବଳଙ୍କୁ ମୁତୟନ କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।