ସୁବର୍ଣ୍ଣପୁର(ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୩ ଗୋଟି ଓ ସାମୁହିକ ଦରଖାସ୍ତ ୭ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରେ ଗୋଟିଏ ଦରଖାସ୍ତ ସିଏମଆରଏଫ ରୁ ଆର୍ଥିକ ସହଯୋଗ ନିମନ୍ତେ ରହିଥିବା ସୂଚନା ଦିଆଯାଇଛି l ୩ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l
ଏବିଡିଓ, ସୋନପୁର- ଶଶି ଭୂଷଣ ପଧାନ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଉପ ଜିଲ୍ଲାପାଳ - ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର , ଏସ ଇ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ,ଡି ଏମ ଓ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ ,ସି ଏସ ଓ ସୁରେଶ ପାଣିଗ୍ରାହୀ,ଏ ଡି ଇ ଓ ମଞ୍ଜୁଲତା ଭୋଇ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l