ହେଡଲାଇନସ୍:

"ଆସନ୍ତୁ, ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବା "

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାଜ୍ୟର ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

"ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ଆମେ ମାଣ୍ଡିଆ ଦିବସ ଭାବରେ ପାଳନ କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି" ବୋଲି ମାଣ୍ଡିଆ ଦିବସ ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି |

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି " ମାଣ୍ଡିଆ ହେଉଛି ପୁଷ୍ଟିର ଭଣ୍ଡାର । ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୁଢା ପର୍ଯ୍ୟନ୍ତ ସମସ୍ତଙ୍କୁ ଏହା ପୁଷ୍ଟି ଯୋଗାଉଛି। ଆମ ରାଜ୍ୟରେ ଛୋଟ ଚାଷୀ, ଗରିବ ଆଦିବାସୀ ଚାଷୀ ମାଣ୍ଡିଆ ଚାଷ କରିଥାନ୍ତି । ସେମାନଙ୍କ ଅବସ୍ଥାରେ ଉନ୍ନତି ଏବଂ ଲୋକଙ୍କୁ ପୁଷ୍ଟି ଯୋଗାଣ – ଏ ଦୁଇଟି ବିଷୟକୁ ଧ୍ୟାନ ଦେଇ ଆମେ Millet Mission ଆରମ୍ଭ କରିଛୁ । ଏଥିରେ ପାଞ୍ଚ ବର୍ଷରେ ଦୁଇ ହଜାର ଆଠ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ଆମର Millet Mission ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛି । United nations
ମଧ୍ୟ ଏହି କାର୍ଯ୍ୟକ୍ରମର ପ୍ରଶଂସା କରିଛି । ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇଛି । ମୁଁ ଘୋଷଣା କରିବାକୁ ଚାହେଁ ଯେ ରାଜ୍ୟର ସବୁ ଜିଲ୍ଲାରେ Millet Mission କାର୍ଯ୍ୟକାରି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି କରିଛନ୍ତି । ଏବେ ଏହି Mission ସହ ୨ ଲକ୍ଷ ଚାଷୀ, ୮୨ଟି FPO ଓ ୧୨୦୦ ମିଶନ ଶକ୍ତି ଗ୍ରୁପ ସାମିଲ ହୋଇଛନ୍ତି । ଆଗକୁ ଆହୁରି ଚାଷୀ ଓ ମିଶନ ଶକ୍ତି ଗ୍ରୁପ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଆସନ୍ତୁ, ମାଣ୍ଡିଆକୁ ଶ୍ରେଷ୍ଠ ଆହାର ଭାବରେ ଲୋକପ୍ରିୟ କରିବା ।"

0
0
0
s2sdefault