କୃଷକ ମାନଙ୍କୁ ମିଳିବ ଇନପୁଟ ସହାୟତା

User Rating: 3 / 5

Star ActiveStar ActiveStar ActiveStar InactiveStar Inactive
 

200 କୋଟିର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ରାଜ୍ୟର ମରୁଡ଼ି ପ୍ରଭାବିତ ଅଞ୍ଚଳର ପୀଡ଼ିତ ଚାଷୀଙ୍କୁ ୨୦୦ କୋଟି ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ପ୍ରଦାନ କରାଯିବ। ଆଜି ଏ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ନିଜ ରାଜକୋଷରୁ ପ୍ରଦାନ କରିବେ।
ମିଳିଥିବା ରିପୋର୍ଟ ଅନୁଯାୟୀ, ବର୍ଷା ଅଭାବରୁ ରାଜ୍ୟର ୧୨ଟି ଜିଲ୍ଲାର ୬୪ଟି ବ୍ଲକ୍‌ ଏବଂ ୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ୨, ୬୩,୫୬୦ ହେକ୍ଟର ଚାଷଜମିରେ ୩୩ ପ୍ରତିଶତ ବା ତା’ଠାରୁ ଅଧିକ ଫସଲହାନି ହୋଇଛି। ଅଥଚ ଏ ପର୍ଯ୍ୟନ୍ତ ମରୁଡ଼ି ପ୍ରପୀଡ଼ିତ ଅଞ୍ଚଳର ବହୁସଂଖ୍ୟକ ଚାଷୀ ଫସଲ ବୀମା ରାଶି ପାଇପାରି ନାହାନ୍ତି। ଏ ସଂପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନସ୍ଥ ବୈଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ।

ଏହି ପରିପ୍ରେକ୍ଷୀରେ ପରିସ୍ଥିତିର ଗମ୍ଭୀରତା ଏବଂ ମରୁଡ଼ି ପୀଡ଼ିତ କୃଷକଙ୍କ ଦାବି ଏବଂ ଜିଲ୍ଲାପାଳମାନେ ଦେଇଥିବା ଫସଲହାନି ରିପୋର୍ଟକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ପୀଡ଼ିତ ଏବଂ ବଞ୍ଚିତ ଚାଷୀଙ୍କୁ ରାଜ୍ୟର ନିଜସ୍ବ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ପୀଡ଼ିତ ଚାଷୀଙ୍କୁ ତତ୍କାଳ ସହାୟତା ରାଶି ପ୍ରଦାନ ଲାଗି ଏହିସବୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ସହାୟତା ରାଶି ସଂର୍ପକରେ ଏସ୍‌ଆର୍‌ସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୀଡ଼ିତ ଚାଷୀଙ୍କ କଷ୍ଟ ଦୂର କରିବାକୁ ଏବେ ୨୦୦ କୋଟି ଟଙ୍କାର ଆବଶ୍ୟକତା ରହିଛି ବୋଲି ଆକଳନ କରାଯାଉଛି।

0
0
0
s2sdefault