ଭୁବନେଶ୍ବର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି |
ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ | ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି | Covid ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି |
ରାଜ୍ୟ
‘ଦମନ’ ଚଳଚ୍ଚିତ୍ର ହେଲା ଟାକ୍ସ ଫ୍ରି : ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- Hits: 857