ହେଡଲାଇନସ୍:

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର,୨୬/୧୧: ବଡ଼ଦିନ ଆଉ ମାତ୍ର ଗୋଟିଏ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ ପ୍ରସ୍ତୁତି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
୧୭୦୦ ଶତାବ୍ଦୀରେ ୟୁରୋପରେ ଏହି ପାରମ୍ପରିକ କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହାକୁ ଶୁଭ ସମୟ ଓ ଆନନ୍ଦର ବାର୍ତାବହ ବୋଲି କୁହାଯାଇଥାଏ । ଏହି ସମୟରେ ଅଧିକ ପରିମାଣର ଫଳ ଏବଂ ବାଦାମ ଜାତୀୟ ଦ୍ରବ୍ୟ ଉତ୍ପାଦନ ହେଉଥିବାରୁ କେକ୍ ପ୍ରସ୍ତୁତ କରିବା ଖୁବ୍ ସହଜ ହୋଇଥାଏ ।
ଏହି ପାରମ୍ପରିକ ବଡ଼ଦିନ କେକ୍ ବା ବଡ଼ଦିନ ପୁଡିଙ୍ଗ୍‌ରେ ଅନେକ ପରିମାଣର ଡ୍ରାଏ ଫ୍ରୁଟ, ଅଣ୍ଡା ଏବଂ ମଇଦାରେ ପ୍ରସ୍ତୁତ କରାଯାଇଥାଏ । ଅନେକ କେକ୍‌ରେ ଡ୍ରାଏ ଫ୍ରୁଟ୍‌୍‌ସ, ଚେରି ଫ୍ରୁଟି, କାନ୍‌ବେରୀ, ଖଜୁରୀ ପ୍ରଭୃତି ୭୦ ପ୍ରକାର ଦ୍ରବ୍ୟ ବ୍ୟବହୃତ ହୋଇଥାଏ ।
ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳପତି ତଥା ରେଜିଷ୍‌୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ଭୁବନେଶ୍ୱର ସ୍ଥିତ ତାଜ ବିଭାନ୍ତ ହୋଟେଲ୍‌ର ଏଚ୍‌ଆର୍ ମ୍ୟାନେଜର ଶ୍ରୀ ଉଦୟ ଶଙ୍କର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏସ୍‌ଏଚ୍‌ଏମ୍‌ର ଡିନ୍ ଡଃ ସପନ କୁମାର ସାଢ଼ୁଆଲ୍‌, ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଏବଂ ଅନ୍ୟାନ୍ୟ ଫ୍ୟାକଲ୍ଟି, ଛାତ୍ରଛାତ୍ରୀ ଏବଂ ମେମ୍ବର୍ସମାନେ ଉପସ୍ଥିତ ଥିଲେ ।
ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମରେ ଭୁବନେଶ୍ୱରର ବିଭିନ୍ନ ସ୍କୁଲ୍ ଏବଂ କଲେଜର ଛାତ୍ରଛାତ୍ରୀମାନେ ମଧ୍ୟ ସାମିଲ ହୋଇଥିଲେ ।

0
0
0
s2sdefault