ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ଅନ୍ତର୍ଗତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ , ରାଣୀପେଣ୍ଠ , କେରାଣ୍ଡି ଓ ପାଟିକୋଟା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୯୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା ୧୦ , ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି। ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦୦୦/- ଟଙ୍କା ପ୍ରଦାନ କରାଯାଇଛି ଏବଂ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ.ଆଇଟିଡିଏ ଫାଲଗୁନି ମାଝୀ , ଡେପୁଟି କଲେକ୍ଟର ନଟବର ଗରଡା , ଜନ ଅଭିଯୋଗ ଶୁଣାଣୀ ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।
ରାଜ୍ୟ
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
- Hits: 287