ହେଡଲାଇନସ୍:

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବିଭିନ୍ନ ୧୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ 

ସୁବର୍ଣ୍ଣପୁର( ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୦ ଗୋଟି ଓ ସାମୁହିକ ଦରଖାସ୍ତ ୩ ଗୋଟି ଗ୍ରହଣ କରାଯାଇଛି l ୨ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ବିଡିଓ, ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର , ଏସ ଇ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା,ଡି ଏମ ଓ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ଉକ୍ତ ଶିବିରରେ ନିଶା ମୁକ୍ତ ଭାରତ ଅଭିଯାନ ପରିପ୍ରେକ୍ଷୀରେ ଜିଲ୍ଳା ଅବକାରୀ ବିଭାଗ ତରଫରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲା ସ୍ତରୀୟ ବକୃତା ପ୍ରତିଯୋଗିତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା l

0
0
0
s2sdefault