ହେଡଲାଇନସ୍:

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ ରେ ନୂତନ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ୍ ସେରିମନି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, : ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ନିମନ୍ତେ ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନୂତନ ଏମ୍‌ବିବିଏସ୍ ଛାତ୍ରଛାତ୍ରୀମାନେ ହିପୋକ୍ରାଟିକ୍ ଶପଥ ନେବା ସହ ସେମାନଙ୍କ ନିମନ୍ତେ ହ୍ୱାଇଟ୍ କୋଟ୍ ସେରିମନି ଆୟୋଜିତ ହୋଇଯାଇଛି ।

ଏହି ଅବସରରେ ଛାତ୍ରଛାତ୍ରୀମାନେ ହିପୋକ୍ରାଟିକ୍ ଓଥ୍ ନେବା ସହ ସେବା ଓ ମୂଲ୍ୟବୋଧ ଭିତିକ ଚିକିତ୍ସା କରିବା ନିମନ୍ତେ ଶପଥ ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଯୋଗ ଦେଇ ନୂତନ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଭଲ ଡାକ୍ତର ଓ ଭଲ ମଣିଷ ହେବା ନିମନ୍ତେ ଆହ୍ବାନ ଜଣାଇଥିଲେ ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର ସଂଘମିତ୍ରା ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ।

ସୋଆର କୁଳପତି ତଥା ବିଶିଷ୍ଟ ନ୍ୟୁରୋ ସର୍ଜନ୍ ପ୍ରଫେସର ଅଶୋକ କୁମାର ମହାପାତ୍ର ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ଦେଇ ସେମାନଙ୍କ ଜୀବନରେ ନୈତିକତାକୁ ପାଥେୟ କରି ଭଲ ଡାକ୍ତର ଓ ଭଲ ନାଗରିକ ହେବା ନିମନ୍ତେ ଆହ୍ୱାନ ଦେଇଥିଲେ । ସେ କହିଥିଲେ ଯେ ଡାକ୍ତରୀ ବୃତିରେ ଡାକ୍ତରମାନଙ୍କର ଆଚାର ଓ ବ୍ୟବହାର ବହୁ ଗୁରୁତ୍ୱପୂର୍ଣ୍ଣ ।

ଏହି କାର୍ଯ୍ୟକ୍ରମରେ ନୂତନ ଭାବେ ଯୋଗ ଦେଇଥିବା ସମସ୍ତ ଡାକ୍ତରୀ ଛାତ୍ରଛାତ୍ରୀ ଶପଥ ପାଠ କରିଥିଲେ । କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ୍ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡିସ୍ନାଲ୍ ଡିନ୍ ପ୍ରଫେସର ଅଜୟ କୁମାର ଜେନା, ଡେପୁଟି ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ରାଜେଶ କୁମାର ଲେଙ୍କା, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

0
0
0
s2sdefault