ହେଡଲାଇନସ୍:

ରାଜ୍ୟ ସଂଗ୍ରହାଳୟ ପରିସରରେ "ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର"ପ୍ରତିଷ୍ଠା ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଏହା ଦ୍ୱାରା ଜନଜାତି ସାହିତ୍ୟର ପ୍ରଚାର, ପ୍ରସାର ତଥା ଗବେଷଣା ପାଇଁ ସୁଯୋଗ ସୃଷ୍ଟି ହେବ ।

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଷ୍ପତ୍ତି ଅନୁଯାୟୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିସରରେ କେନ୍ଦ୍ର ସାହିତ୍ୟ ଏକାଡେମୀର ଏକ "ମୌଖିକ ଓ ଜନଜାତି ସାହିତ୍ୟ କେନ୍ଦ୍ର" ( Centre for Oral & Tribal Literature ) ସର୍ବସାଧାରଣଙ୍କ ନିମନ୍ତେ ପ୍ରତିଷ୍ଠିତ ହେବାପାଇଁ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଏବଂ କେନ୍ଦ୍ରୀୟ ସାହିତ୍ୟ ଏକାଡେମୀ ମଧ୍ୟରେ ଚୁକ୍ତିନାମା ସ୍ଵାକ୍ଷରିତ ହୋଇଅଛି I ବିଭାଗରେ ଗତ ସେପ୍ଟେମ୍ବର ୮ ତାରିଖ,୨୦୨୨ ନିଷ୍ପତ୍ତି ଅନୁସାରେ ଏହି ରାଜିନାମା ସ୍ୱାକ୍ଷରିତ ହୋଇଛି । ଏହି କେନ୍ଦ୍ର ମାଧ୍ୟମରେ ବିଶେଷ କରି ପୂର୍ବାଞ୍ଚଳ ଓ ଉତ୍ତର ପୂର୍ବାଞ୍ଚଳରେ ଜନଜାତି ସାହିତ୍ୟର ପ୍ରଚାର, ପ୍ରସାର ତଥା ଗବେଷଣା ପାଇଁ ସୁଯୋଗ ସୃଷ୍ଟି ହେବ। ଆଗ୍ରହୀ ସାହିତ୍ୟିକ ଓ ଗବେଷକମାନେ ଏହି କେନ୍ଦ୍ରର ସଦୁପଯୋଗ କରିବାକୁ ଅନୁରୋଧ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ ଓ ରାଜ୍ୟ ସଂଗ୍ରହାଳୟ ଅଧିକ୍ଷକ ଡଃ. ଭାଗ୍ୟଲିପି ମଲ୍ଲ ଏବଂ କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଡଃ. କେ. ଶ୍ରୀନିବାସ ରାଓ ଏବଂ ଏକାଡେମୀର ଓଡ଼ିଆ ଭାଷା ପରାମର୍ଶଦାତା କମିଟିର ଆବାହକ ଡ଼ଃ ବିଜୟାନନ୍ଦ ସିଂହ ଉପସ୍ଥିତ ଥିଲେ I କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଏଥିପାଇଁ ଓଡ଼ିଶା ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

0
0
0
s2sdefault