ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ: ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଆରକ୍ଷୀ ଅଧିକ୍ଷକ ସ୍ଵାତୀ ଏସ୍ .କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା , ଡିଏସପି ଶ୍ରୀ ରାଜ କିଶୋର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ, ରାଣୀପେଣ୍ଠ , ବାଘଶାଳା , ସିଧାମାଡଙ୍ଗ , କେରାଣ୍ଡି ଓ କତଲକଇଠା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୭ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୬ , ୫୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି।
ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ, ମନରେଗା , ଶିକ୍ଷା , ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପିଏ.ଆଇଟିଡିଏ ଫାଲଗୁନି ମାଝୀ, ଡେପୁଟି କଲେକ୍ଟର ନଟବର ଗରଡା, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

0
0
0
s2sdefault