ହେଡଲାଇନସ୍:

ଅନୁପସ୍ଥିତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଲା ସ୍କୁଲ ଓ ଗଣଶିକ୍ଷା ବିଭାଗ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, (ଶାସକ ପ୍ରଶାସକ) : ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି । ଶିକ୍ଷାଦାନ ପ୍ରକି୍ରୟାକୁ ଅଧିକ ବ୍ୟବସ୍ଥିତ କରିବା ସହ ସମସ୍ତ ବ୍ଲକ୍‌ ଓ ଜିଲ୍ଲାରେ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଛି । ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ଏବଂ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।
ପୂର୍ବରୁ ଗଣଶିକ୍ଷା ବିଭାଗ ପକ୍ଷରୁ ୧୫୪ ଜଣ କନିଷ୍ଠ ଶିକ୍ଷକମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଦୀର୍ଘଦିନ ଧରି ଅନୁପସ୍ଥିତ ରହିଥିବା ମାଲକାନଗିରି ଜିଲ୍ଲାର ୧୦ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବହିଷ୍କୃତ(ଡିସ୍‌ଏନ୍‌ଗେଜମେଣ୍ଟ) କରାଯାଇଥିବାବେଳେ ସୁନ୍ଦରଗଡ଼ ଜିଲ୍ଲାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ବିବରଣୀ ଏବଂ ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ୨ ଜଣ ପ୍ରାଥମିକ ଶିକ୍ଷକଙ୍କୁ ବରଖାସ୍ତ (ଡିସ୍‌ମିସ୍‌) କରାଯାଇଛି । ଏଥିସହିତ ୮ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ ।

0
0
0
s2sdefault