ହେଡଲାଇନସ୍:

ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ,ପାରଳାଖେମୁଣ୍ଡି ଠାରେ ଭାରତର ମହାନ୍ ଜନ ନାୟକ ନେତାଜୀ ସୁବାଷ ଚନ୍ଦ୍ର ବୋଷ ତଥା ପଶ୍ଚିମ ଓଡ଼ିଶାର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଅବସରରେ ଅନୁଷ୍ଠାନର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି।
ଏହି ଅବସରରେ ମୁଖ୍ୟ ଅତିଥି ରୂପେ ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ୧୧ନଂ ୱାର୍ଡ କାଉନସିଲର ଶ୍ରୀମତୀ ପ୍ରସନ୍ନା ପାତ୍ର , ସ୍ଥାନୀୟ ଦେବୀ ମଠ ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାସ ମହାରାଜ , ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଡ. ଶଙ୍କର ପ୍ରସାଦ ବକ୍ସି , କୋଷାଧ୍ୟକ୍ଷ ଶ୍ରୀ ହରିମୋହନ ପଟ୍ଟନାୟକ , ସଦସ୍ୟ ଶ୍ରୀ ବିନୋଦ ଚନ୍ଦ୍ର ଜେନା ଓ ସଦସ୍ୟା ଶ୍ରୀମତୀ ସୁଷମା ଦାଶ, ଶ୍ରୀମତୀ ଆଶାଲତା ପାଣିଗ୍ରାହୀ ଓ ସଂପାଦକ ଶ୍ରୀ ରମେଶ ଚନ୍ଦ୍ର ସାହୁକାର ଯୋଗଦେଇଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ତଥା ସମ୍ମାନିତ ଅତିଥି ମାନେ ବୀର ସଂଗ୍ରାମୀ ମାନଙ୍କର ବୀରତ୍ୱର ଗୁଣଗାନ କରିଥିଲେ। କାର୍ଯ୍ୟକ୍ରମର ଶେଷରେ ବାର୍ଷିକ ଖେଳକୁଦ ପ୍ରତିଯୋଗିତା , ଅନ୍ୟାନ୍ୟ ପ୍ରତିଭା ପ୍ରଦର୍ଶନ ପ୍ରତିଯୋଗିତା , ବୃତ୍ତି ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।
ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ନେତୃତ୍ୱରେ ଓ ବିଦ୍ୟାଳୟର ଅନ୍ୟ ଆଚାର୍ଯ୍ୟ , ଆଚାର୍ଯ୍ୟା ମାନଙ୍କ ସହାୟତାରେ ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମରେ ସହ ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସନ୍ତୋଷ କୁମାର ପାଢ଼ୀ ପୁରସ୍କାର ବିତରଣ ପରିଚାଳନା କରିଥିବା ବେଳେ ସଂସ୍କୃତ ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ପଣ୍ଡିତ ଧନ୍ୟବାଦ ଅର୍ପଣ କରିଥିଲେ।

0
0
0
s2sdefault