ହେଡଲାଇନସ୍:

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ବିଶ୍ବବିଦ୍ୟାଳୟ ରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ.

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜୟପୁର;ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି .

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ମହାବିଦ୍ୟାଳୟରେ ଏବେ ୧୬ଟି Post Graduate programme, 17ଟି Under Graduate programme, ସହିତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି ।

ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି. ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି . ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ ,ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ. ଦକ୍ଷିଣ ଓଡିଶା ରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ milestone ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

0
0
0
s2sdefault