୫-ଟି ସଚିବଙ୍କ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ପରିଦର୍ଶନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବିଶ୍ବବିଦ୍ୟାଳୟ ରୂପାନ୍ତରଣ କାମର ସମୀକ୍ଷା

  • ଓୟୁଏଟିକୁ ଦେଶର ଶ୍ରେଷ୍ଠ କୃଷିଶିକ୍ଷା ଓ ଗବେଷଣା ଅନୁଷ୍ଠାନ ଭାବେ ବିକଶିତ କରାଯିବ

  • ଡିସେମ୍ବର ସୁଦ୍ଧା ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ଶେଷ ହେବ.

  • ସବୁ କ୍ଲାସରୁମ ,ସ୍ମାର୍ଟ କ୍ଲାସରୁମ ହେବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ସଂଧ୍ୟାରେ ସ୍ଥାନୀୟ ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ପରିଦର୍ଶନ କରି ସେଠାରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଅନେକ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହାସହିତ ସେଠାରେ ପଢୁଥିବା ଥିବା ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା ମଧ୍ୟ କରି ଥିଲେ ।
ପ୍ରଥମେ ଶ୍ରୀ ପାଣ୍ଡିଆନ ନିର୍ମାଣାଧୀନ ଷ୍ଟେଟ ଅଫ ଦି ଆର୍ଟ ଅଡିଟୋରିଅମ କାମ ବୁଲି ଦେଖିଥିଲେ । ୧୦୦୦ ଆସନ ବିଶିଷ୍ଟ ଏହି ଅଡିଟୋରିଅମର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବ ବୋଲି ଆଲୋଚନା ସମୟରେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ ଏହି ଅତ୍ୟାଧୁନିକ ଅଡିଟୋରିଅମ ଦେଶର ସବୁଠାରୁ ବଡ ଅଡିଟୋରିଅମ ହେବ ଏବଂ କୃଷି ଶିକ୍ଷା କ୍ଷେତ୍ରରେ ରାଜ୍ୟ ଠାରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତୀୟ ସ୍ତର ପର୍ଯ୍ୟନ୍ତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, କର୍ମଶାଳା ଓ କନ୍‌ଫରେନ୍‌ସର ଆୟୋଜନ କରାଯାଇ ପାରିବ। ଓୟୁଏଟି ର ସବୁ କ୍ଲାସରୁମ କୁ ସ୍ମାର୍ଟ କ୍ଲାସରୁମ କରାଯିବ |

 କୃଷି ବିଶ୍ବବିଦ୍ୟାଳୟକୁ ଜାତୀୟ ସ୍ତରର ଏକ ଅଗ୍ରଣୀ ଶିକ୍ଷା ଓ ଗବେଷଣା ଅନୁଷ୍ଠାନରେ ପରିଣତ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ସୂଚନାଯୋଗ୍ୟ ଯେ କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢୀ ଓ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଉଭୟ ହେଉଛନ୍ତି କୃଷି ବିଜ୍ଞାନର ଛାତ୍ର ।
ଏହାପରେ ସେ ୨୦୦ ଆସନ ବିଶିଷ୍ଟ Farmers’ Hostel ର ନବୀକରଣ କାମ ବୁଲି ଦେଖିଥିଲେ। କୃଷି ସଂପର୍କିତ ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା କୃଷକମାନେ ଏହି ହଷ୍ଟେଲରେ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ୨୦୨୩ ସେପ୍ଟେମ୍ବର ମାସ ସୁଦ୍ଧା ଏହାର ନବୀକରଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ବୋଲି ସମୀକ୍ଷା ରୁ ଜଣାଯାଇଛି ।

କୃଷି ବିଶ୍ବବିଦ୍ୟାଳୟର ଛାତ୍ରାବାସ କାମ ମଧ୍ୟ ଶ୍ରୀ ପାଣ୍ଡିଆନ ଅନୁଧ୍ୟାନ କରିଥିଲେ । ଏଥିରେ ୫୦୦ ଛାତ୍ର ରହିବାର ବ୍ୟବସ୍ଥା କରାଯାଉଛି । ଡିସେମ୍ବର ୨୦୨୩ ସୁଦ୍ଧା ଏହାର ନିର୍ମାଣ କାମ ଶେଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।
ପରିଶେଷରେ ସେ ଛାତ୍ରୀନିବାସର ନବୀକରଣ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ ଛାତ୍ରୀ ମାନଙ୍କ ସହ ବିଭିନ୍ନ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ। ଛାତ୍ରୀନିବାସର ଉନ୍ନତିକରଣ କାର୍ଯ୍ୟ ଖୁବ ଭଲ ହେଉଛି ବୋଲି ଛାତ୍ରୀମାନେ ମତ ଦେଇଥିଲେ । ଛାତ୍ରୀ ନିବାସ ରେ badminton Court ଓ Gym ସୁବିଧା ର ବିକାଶ ପାଇଁ ସେ ମାନଙ୍କ ଅନୁରୋଧ କୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବ ବୋଲି 5T ସଚିବ ଛାତ୍ରୀ ମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ.

ଏହି ପରିଦର୍ଶନ ସମୟରେ କୃଷି ବିଭାଗର ପ୍ରମୁଖ ସଚିବ ଶ୍ରୀ ଅରବିନ୍ଦ ପାଢୀ, ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଶ୍ରୀ ଭି.ଭି.କେ. ଯାଦବ, ଓବିସିସିର ପରିଚାଳନା ନିର୍ଦ୍ଦେଶକ ଓ ଓୟୁଏଟିର କୁଳପତି ପ୍ରମୁଖ ଉପସ୍ଥିତ ଥିଲେ ।

0
0
0
s2sdefault