ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ବିଜେପି ଘୃଣ୍ୟ ରାଜନୀତି କରିବାକୁ ବିଫଳ ପ୍ରୟାସ କରୁଛି: ବିଜେଡି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • * ପ୍ରତିଦିନ ନୂଆ ନୂଆ ଉଦ୍ଭଟ କାହାଣୀ ଶୁଣାଉଛନ୍ତି ବିଜେପି ନେତା

  • *ସତ ପଦାକୁ ଆସିଲେ ଲୋକଙ୍କୁ ମୁହଁ ଦେଖାଇ ପାରିବେ ତ?

ଭୁବନେଶ୍ୱର,: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। କ୍ରାଇମବ୍ରାଞ୍ଚ ତଦନ୍ତରୁ ଧୀରେ ଧୀରେ ସତ ପଦାକୁ ଆସୁଥିବାବେଳେ ବିଜେପି ଏହାକୁ ନେଇ ହୀନ ରାଜନୀତି କରିବାକୁ ବିଫଳ ପ୍ରୟାସ କରୁଛି ବୋଲି ବିଜୁ ଜନତା ଦଳ ପକ୍ଷରୁ କୁହାଯାଇଛି।

ବିଜେଡି ମୁଖପାତ୍ର ଗୌତମବୁଦ୍ଧ ଦାସ ଏକ ପ୍ରେସ ବିବୃତିରେ କହିଛନ୍ତି ଯେ ଏହି ହତ୍ୟାକାଣ୍ଡରୁ ରାଜନୈତିକ ଫାଇଦା ଉଠାଇବା ପାଇଁ ବିଜେପିର କିଛି ନେତା ପ୍ରତିଦିନ ଲୋକଙ୍କୁ ନୂଆ ନୂଆ ଉଦ୍ଭଟ କାହାଣୀ ଶୁଣାଉଛନ୍ତି। କୌତୂହଳର ବିଷୟ ହେଲା, ସେମାନଙ୍କର ଗୋଟିଏ କାହାଣୀ ସହ ଅନ୍ୟ କାହାଣୀର ତାଳମେଳ ରହୁନାହିଁ।

ଏଭଳି ଏକ ସମ୍ବେଦନଶୀଳ ମାମଲାରେ ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ବିଜେପି ନେତାମାନେ ଯେଭଳି ନିମ୍ନ ସ୍ତରର ରାଜନୀତି କରୁଛନ୍ତି, ତାହା ଦେଖି ଓଡ଼ିଶାବାସୀ ସେମାନଙ୍କୁ ଘୃଣା କରିବା ଆରମ୍ଭ କଲେଣି। ଏମିତି ହାସ୍ୟାସ୍ପଦ ବୟାନବାଜି କରୁଥିବା ବିଜେପି ନେତାମାନେ ଆଗାମୀ ଦିନରେ ସତ ପଦାକୁ ଆସିବା ପରେ ଲୋକଙ୍କୁ ମୁହଁ ଦେଖାଇ ପାରିବେ ତ ବୋଲି ଶ୍ରୀ ଦାସ ପ୍ରଶ୍ନ କରିଛନ୍ତି।

0
0
0
s2sdefault