ହେଡଲାଇନସ୍:

ଓଇଆରସି ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ ନେଲେ ସୁରେଶ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି । ଆଜି ରାଜଭବନରେ ଏହି ଉପଲକ୍ଷେ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମହାପାତ୍ରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ । ପ୍ରାରମ୍ଭରେ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ କିଶୋର ଧଳ ରାଜ୍ୟପାଳଙ୍କ ନିଯୁକ୍ତିପତ୍ର ପାଠ କରିଥିଲେ ।

 ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ ଚଢ଼ା ଓ ଆୟୋଗଙ୍କ ସଦସ୍ୟଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉତ୍ସବରେ ଯୋଗ ଦେଇଥିଲେ ।

0
0
0
s2sdefault