ହେଡଲାଇନସ୍:

୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରସ୍ତୁତି କର୍ମଶାଳା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରାଜ୍ୟ ସରକାରଙ୍କର ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ: ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ

ଭୁବନେଶ୍ୱର: ଆସନ୍ତା ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯାଇ ଶିକ୍ଷାଦାନ ଆରମ୍ଭ ପାଇଁ ଏକ ଦିନିକିଆ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛିା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ରାଜ୍ୟ କୃଷି ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଉପସ୍ଥିତ ଜିଲା ଶିକ୍ଷା ଅଧିକାରୀ /ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଏବେଠାରୁ ସମସ୍ତ ପ୍ରକାର ପ୍ରସ୍ତୁତି ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ ଏବଂ ରାଜ୍ୟ ସରକାରଙ୍କର ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ମତବ୍ୟକ୍ତ କରିଥିଲୋ
ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ ଉନ୍ନୀତ ବିଦ୍ୟାଳୟ ଖୋଳାଯିବାରେ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କର ଗୁରୁଦାୟିତ୍ୱ ଉପରେ ଆଲୋଚନା କରିଥିଲୋ
ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ନିର୍ମାଣ ଓ ନିୟମିତ ଶିକ୍ଷକ ନିଯୁକ୍ତି ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ଏହା ସମୟ ସାପେକ୍ଷା ତେଣୁ ବର୍ତ୍ତମାନ ସ୍ଥିତିରେ ବିଦ୍ୟାଳୟରେ ଉପଲବ୍ଧ କୋଠରୀ ମଧ୍ୟରୁ ଏକାଦଶ ଶ୍ରେଣୀ ପାଇଁ ଶ୍ରେଣୀଗୃହ ଚିହ୍ନଟ କରି ପ୍ରସ୍ତୁତି, ଆବଶ୍ୟକ ସ୍ଥଳେ, ସକାଳୁଆ ଶିକ୍ଷାଦାନ ବ୍ୟବସ୍ଥା, ଶିକ୍ଷାଦାନ ପାଇଁ ଅତିଥି ଶିକ୍ଷକ ନିୟୋଜନ ପ୍ରକ୍ରିୟା, ନାମଲେଖା ପାଇଁ ନିଜ ନିଜ ବିଦ୍ୟାଳୟ ସମେତ ସ୍ଥାନୀୟ ଅଂଚଳର ଉଚ୍ଚ ବିଦ୍ୟାଳୟଗୁଡିକରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି, ଛାତ୍ରଛାତ୍ରୀଙ୍କ ବସିବା ପାଇଁ ଟେବୁଲଚୌକି ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍. ଆୟାର ଆଲୋକପାତ କରିଥିଲୋ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ୱିନୀ ମିଶ୍ର ଯୋଗଦେଇ ଉଚ୍ଚ ମାଧ୍ୟମିକ ସ୍ତରର ଶିକ୍ଷାଦାନ ବ୍ୟବସ୍ଥା, ପରୀକ୍ଷା ଓ ମୂଲ୍ୟାୟନ ବ୍ୟବସ୍ଥା ଆଦି ସମ୍ପର୍କରେ ସୂଚନା ଦେଇଥିଲୋ
ପ୍ରାରମ୍ଭରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସାମସ୍ ପୋର୍ଟାଲ ମାଧ୍ୟମରେ ଅନଲାଇନରେ ନାମଲେଖା ବ୍ୟବସ୍ଥା ଓ ସାମସ୍ ଡାଟାବେସ ଉପରେ ଉପନିର୍ଦ୍ଦେଶକ ଡ଼. ଭାଗୀରଥି କାଣ୍ଡି ବିସ୍ତୃତ ଭାବରେ ଅଂଶଗ୍ରହଣକାରୀ ପ୍ରଧାନ ଶିକ୍ଷକମାନଙ୍କୁ ତାଲିମ ଦେଇଥିଲୋ
ଉନ୍ନୀତ ବିଦ୍ୟାଳୟ ପାଇଁ ସମଗ୍ର ଶିକ୍ଷାରେ ଥିବା ବିଭିନ୍ନ ସୁବିଧା ସୁଯୋଗ, ଗୃହ ନିର୍ମାଣ, ଅର୍ଥ ପରିଚାଳନା ବ୍ୟବସ୍ଥା ଆଦି ଉପରେ ଓସେପାର ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନା କରିଥିଲୋ
ଅନ୍ୟମାନଙ୍କ ମଧ୍ୟରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାସ, ସିଏଚ୍ଏସ୍ଇର ଉପାଧ୍ୟକ୍ଷ ଡ଼. ସୁନୀଲ କୁମାର ଜେନା, ଓସେପାର ଯୁଗ୍ମ ନିର୍ଦ୍ଦେଶକ ସୁରେଖା ତରେଇ, ଦୀପକ ରାୟ ସମେତ ବହୁ ଅଧିକାରୀ ଉପସ୍ଥିତ ରହି ଅଂଶଗ୍ରହଣକାରୀମାନଙ୍କୁ ଦିଗଦର୍ଶନ ଦେଇଥିଲୋ

ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅତିରିକ୍ତ ଶିକ୍ଷା ନିର୍ଦ୍ଦେଶକ ଡ. ବିଜୟା କୁମାରୀ ପାତ୍ର ସ୍ୱାଗତ ଭାଷଣ ଦେଇଥିବାବେଳେ ଶେଷରେ ପ୍ରଫେସର ତିଲୋତ୍ତମା ସେନାପତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲୋ
ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲ୍ଲାରୁ ଜିଲ୍ଲା ଶିକ୍ଷା ଅଧିକାରୀ / ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ୧୦୬ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ, ୩ ଜଣ ଆଂଚଳିକ ଶିକ୍ଷା ନିର୍ଦ୍ଦେଶକ ଯୋଗଦାନ କରିଥିଲୋ ଯୁଗ୍ମ ନିର୍ଦ୍ଦେଶକ ଡ଼. ସନାତନ ପଣ୍ଡା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲୋ

 

0
0
0
s2sdefault