ହେଡଲାଇନସ୍:

ମଧୁ ସ୍ମୃତି ପୀଠ ପରିଦର୍ଶନ କଲେ ପାଣ୍ଡିଆନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ଉତ୍କଳ ଗୌରବଙ୍କ ଜନ୍ମପୀଠ ଓ କର୍ମଭୂମିକୁ 'ଏକକ ସଂଗ୍ରହାଳୟ କମ୍ପ୍ଲେକ୍ସ' ଭାବେ ବିକଶିତ କରାଯିବ

  • ୧୫ ଫୁଟ ଉଚ୍ଚର ବ୍ରୋଞ୍ଜ ପ୍ରତିମୂର୍ତ୍ତୀ ହେବ

  • ମଧୁ ବାବୁଙ୍କ ଜୀବନ ଓ କୃତିକୁ ନେଇ ଲାଇଟ ଆଣ୍ଡ ସାଉଣ୍ଡ ସୋ ମଧ୍ଯ କରାଯିବ .

  • ଆଗାମୀ ଅପ୍ରେଲ ୧୫ ସୁଦ୍ଧା ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନ କରାଯିବ .

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ପ୍ରତ୍ୟୁଷରେ କଟକ ଯାଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ପୀଠ ପରିଦର୍ଶନ କରି ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ଏବଂ ଏହାର ବିକାଶ ସମ୍ପର୍କରେ ସ୍ଥାନୀୟ ଲୋକ ଓ ପ୍ରଶାସନ ସହ ଆଲୋଚନା କରିଥିଲେ | 5T କାର୍ଯ୍ୟକ୍ରମ ରେ ବିକାଶ କାମ ହେବ | ଆଗାମୀ ଅପ୍ରେଲ 15 ସୁଦ୍ଧା ପ୍ଲାନ ପ୍ରସ୍ତୁତ କରାଯାଇ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ |
ମଧୁ ବାବୁଙ୍କ ଜନ୍ମ ପୀଠରେ ଏକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ । ମଧୁବାବୁଙ୍କ ଶହେ ବର୍ଷ ପୁରୁଣା ଉଭୟ ଜନ୍ମ ପୀଠ ଓ କର୍ମ ଭୂମିକୁ ଏକକ ସଂଗ୍ରହାଳୟ କମ୍ପ୍ଲେକ୍ସ ଭାବରେ ବିକଶିତ କରାଯାଇ ଏହି ଐତିହ୍ୟ ସ୍ଥଳର ସଂରକ୍ଷଣ କରାଯିବ।
ସୂଚନା ଯୋଗ୍ୟ ଯେ କଲିକତାରୁ ଫେରିବା ପରେ ମଧୁ ବାବୁ ତାଙ୍କ ଜନ୍ମସ୍ଥାନ ନିକଟସ୍ଥ ଏକ ଘରେ ରହି ଓଡ଼ିଶା ମା ର ସେବାରେ ନିଜକୁ ନିୟୋଜିତ କରିଥିଲେ।ଏହା ତାଙ୍କର କର୍ମ ଭୂମି ଭାବେ ପ୍ରସିଦ୍ଧ। ଜନ୍ମ ପୀଠ ଓ କର୍ମଭୂମିକୁ ସଂଯୋଗ କରୁଥିବା ଗଳି ରାସ୍ତାର ଉନ୍ନତି କରାଯାଇ ଏହାର ପୁନରୁଦ୍ଧାର କରାଯିବ। କୁହାଯାଏ ଯେ ମଧୁବାବୁଙ୍କ ମା ଏହି ରାସ୍ତାରେ ହିଁ ତାଙ୍କ ନିଜ ଜନ୍ମ ପୀଠରୁ ତାଙ୍କ ପାଇଁ କର୍ମଭୂମି ସ୍ଥାନକୁ ପ୍ରତିଦିନ ଖାଦ୍ୟ ନେଇ ଆସୁଥିଲେ। ଏଠାରେ ଲାଇଟ୍ ଓ ସାଉଣ୍ଡ ସୋ'ର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିରେ ମଧୁ ବାବୁଙ୍କ ଗୌରବମୟ ଜୀବନୀ ଓ ତାଙ୍କ କୀର୍ତ୍ତି ର ବ୍ୟାଖ୍ୟାନ କରାଯିବ। ଓଡ଼ିଶା ଓ ଓଡ଼ିଶା ବାହାରୁ ଆସୁଥିବା ଦର୍ଶକ ମାନଙ୍କ ସୁବିଧା ପାଇଁ ବହୁ ଭାଷୀ ବ୍ୟାଖ୍ୟାନ ର ବ୍ୟବସ୍ଥା ରହିବ।
ମଧୁ ବାବୁଙ୍କ ଜୀବନୀ ଓ ଐତିହ୍ୟ ସ୍ଥଳ ସହ ଜଡିତ ସବୁ ସଂପୃକ୍ତ ବ୍ୟତ୍କ୍ତି ମାନଙ୍କ ସହ ଆଲୋଚନା କରାଯାଇ ଏହି ସଂଗ୍ରହାଳୟ ର ବିକାଶ କରାଯିବ। ଏହି କାମ ର ମାନ କୁ ଅତ୍ୟନ୍ତ ଉଚ୍ଚ କୋଟିର କରିବା ପାଇଁ ଯୋଜନା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି। ସତ୍ୟଭାମାପୁର ରେ ଖାଣ୍ଡଲାଇଟ ପଥରରେ ସ୍ଵାଗତ ତୋରଣ କରାଯିବ | କର୍ମଭୂମୀ ନିକଟରେ ଏକ ପାର୍କିଂ ସ୍ଥାନ ମଧ୍ୟ କରାଯିବ। ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ମଧୁବାବୁଙ୍କ ଜନ୍ମ ପୀଠରେ କସ୍ତୁରବା ଜାତୀୟ ସ୍ମାରକୀ ଟ୍ରଷ୍ଟ ପରିଚାଳିତ ଶିଶୁ ଯତ୍ନ ଅନୁଷ୍ଠାନର ଅନ୍ତେବାସୀ ମାନଙ୍କୁ ଓଡିଶା ଦିବସ ର ଶୁଭେଚ୍ଛା ଜଣାଇଥିଲେ |

0
0
0
s2sdefault