ହେଡଲାଇନସ୍:

ରୋଜଗାର ମେଳା ଅଧୀନରେ, 13 ଏପ୍ରିଲରେ ପ୍ରାୟ 71,000 ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

• ପୂର୍ବତଟ ରେଳ ଅଧୀନରେ ଏହି ନିଯୁକ୍ତି ମେଳାରେ ସମୁଦାୟ ୨୬୯୭ ନବନିଯୁକ୍ତଙ୍କୁ ବିଭିନ୍ନ ପଦବୀରେ, ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ | ଏହିକ୍ରମରେ ମୋଟା ୨୬୯୭ ନବନିଯୁକ୍ତଙ୍କ ମଧ୍ୟରୁ ୬୩୦ ଜଣଙ୍କୁ ମନ୍ତ୍ରୀଙ୍କ ଦ୍ୱାରା ଏବଂ ୨୦୬୭ ଜଣଙ୍କୁ ଇମେଲ ମାଧ୍ୟମରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ |

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ 13 ଏପ୍ରିଲ, 2023, 10:30 ପୂର୍ବାହ୍ନରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ 71,000 ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।
ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୩୬ ନବନିଯୁକ୍ତଙ୍କୁ, ଶ୍ରୀ ବିଶ୍ୱେଶ୍ୱର ଟୁଡୁ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୦୪ ନବନିଯୁକ୍ତଙ୍କୁ ଏବଂ ଶ୍ରୀ ଫଗନ ସିଂ କୁଲାଷ୍ଟେ,  କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଇସ୍ପାତ ଏବଂ ଗ୍ରାମୀଣ ବିକାଶ, ଭାରତ ସରକାର, ବିଶାଖାପାଟନମ୍ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୯୦ ନବନିଯୁକ୍ତଙ୍କୁ ଯଥାକ୍ରମେ ନିଯୁକ୍ତି ପତ୍ର ବଣ୍ଟନ କରିବେ |
ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି |

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହି ତରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ / ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

0
0
0
s2sdefault