ହେଡଲାଇନସ୍:

ନିର୍ବାଚନର ସୁପରିଚାଳନା ଓ ସୁପ୍ରଚାର ପାଇଁ ବିଜେପିର ଦୁଇ କମିଟି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ଜୁଏଲ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ୮ ଜଣ ସଦସ୍ୟ

  • ସୁରେଶ ପୁଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପ୍ରଚାର କମିଟିରେ ୧୪ ଜଣ ସଦସ୍ୟ

ଭୁବନେଶ୍ୱର, ତା.୧୬/୦୪: ରାଜ୍ୟର ଜଣେ ପ୍ରଭାବଶାଳୀ ବିଜେଡି ନେତା ତଥା ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଜଣେ କାର୍ଯ୍ୟରତ ପୋଲିସ ଗୁଳି କରି ହତ୍ୟା କରିବା ପରେ ଝାରସୁଗୁଡା ବିଧାନସଭା ଆସନ ଖାଲି ପଡିଥିଲା । ଆସନ୍ତା ମେ ୧୦ ତାରିଖ ଦିନ ଅନୁଷ୍ଠିତ ହେବାକୁ ଯାଉଛି ଝାରସୁଗୁଡା ଉପ-ନିର୍ବାଚନ । ବିଜେପି ପ୍ରାର୍ଥୀ ଭାବେ ଯୁବ ନେତା ତଥା ରାଜ୍ୟ ସଂପାଦକ ଶ୍ରୀ ଟଙ୍କଧର ତ୍ରିପାଠୀ ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ । ନିର୍ବାଚନର ସୁପରିଚାଳନା ଓ ସୁପ୍ରଚାର ପାଇଁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦୁଇଟି କମିଟିର ନାମ ଘୋଷଣା କରିଛନ୍ତି ।
ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି କେ.ଭି.ସିଂହଦେଓ, ସାଂସଦ ସୁରେଶ ପୁଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରବି ନାରାୟଣ ନାୟକ ଏବଂ ଗୋଲକ ପ୍ରସାଦ ମହାପାତ୍ର ସଦସ୍ୟ ଅଛନ୍ତି ।
ସେହିପରି ସାଂସଦ ତଥା ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସୁରେଶ ପୁଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପ୍ରଚାର କମିଟିରେ ସାସଂଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ସାଂସଦ ତଥା ରାଜ୍ୟ ଉପସଭାପତି ସଙ୍ଗୀତା ସିଂହଦେଓ, ନିତେଶ ଗଙ୍ଗଦେବ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଧାୟକ ଶଂକର ଓରାମ, ନାଉରୀ ନାୟକ, ସୁବାଷ ପାଣିଗ୍ରାହୀ, ପୂର୍ବତନ ବିଧାୟକ ତଥା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ, ବିଧାୟକ ତଥା ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ନିତ୍ୟାନନ୍ଦ ଗଣ୍ଡ, ଭବାନୀ ଶଂକର ଭୋଇ, କୁସୁମ ଟେଟେ, ଡ.ମୁକେଶ ମହାଲିଙ୍ଗ ଏବଂ ବରିଷ୍ଠ ନେତା ରଂଜନ କୁମାର ପଟେଲ ସଦସ୍ୟ ଅଛନ୍ତି ।

0
0
0
s2sdefault