ପ୍ରଥମ ରୁ ଦ୍ୱାଦଶ ଶ୍ରେଣୀ ଯାଏ ଆଗୁଆ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର
-
ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
-
ଅପ୍ରେଲ ୨୧ରୁ ଅନ୍ୟାଦେଶ ପର୍ଯ୍ୟନ୍ତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିବ
ଆସନ୍ତାକାଲି ଠାରୁ ଖରା ଛୁଟି ଘୋଷଣା। ଅପ୍ରେଲ ୨୧ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିର୍ଦ୍ଦେଶ ଦେଇଛନ୍ତି।
ଏହି ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡୀ କେନ୍ଦ୍ର ବନ୍ଦ ରହିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ହିଁ ସ୍କୁଲ ଗୁଡିକ ଖୋଲାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟାଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ରାଜ୍ୟର କେତେକ ସହରର ତାପମାତ୍ରା ଦେଶର ସର୍ବାଧିକ ତାପମାତ୍ରା ରହୁଥିବା ସହରମାନଙ୍କ ତାଲିକାରେ ରହୁଛି । ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।