ଭୁବନେଶ୍ୱର,: ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ସକାଳେ କ୍ୟାପିଟାଲ ଏଜି ଛକସ୍ଥିତ ପରିବହନ ଭବନ ସମ୍ମୁଖରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତିମାନେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମାନ୍ୟବର ବିଧାୟକ ଶ୍ରୀ ପ୍ରଫୁଲ୍ଲ କୁମାର ସାମଲ ଏବଂ ଶ୍ରୀ କେ. ନାରାୟଣ ରାଓ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର, ଭୁବନେଶ୍ୱରସ୍ଥ ପାରଳା ଗଜପତି ବିକାଶ ମଞ୍ଚର ସଭାପତି, ସଂପାଦକ ଓ କର୍ମକର୍ତ୍ତାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ସେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ ବୋଲି ପ୍ରକାଶ କରିଛନ୍ତି । ଓଡ଼ିଶାର ପ୍ରଧାନମନ୍ତ୍ରୀ ଭାବେ ରାଜ୍ୟ ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ସେ ଓଡ଼ିଶାବାସୀଙ୍କ ହୃଦୟରେ ଚିର ଅମର ହୋଇ ରହିବେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।
ରାଜ୍ୟ
ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କୁ ଶ୍ରଦ୍ଧାଞ୍ଜଳି
- Hits: 188











