ହେଡଲାଇନସ୍:

ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ .

User Rating: 5 / 5

Star ActiveStar ActiveStar ActiveStar ActiveStar Active
 
  • ପାଣ୍ଡିଆନଙ୍କ କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ମଞ୍ଜୁର କଲେ ୨୨ କୋଟି

  • ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବ ବିକାଶ କାମ

  • ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ଜମି ମଧ୍ଯ ଦିଆଯିବ.

  • ପଞ୍ଚୁ ବାରାହୀ ପୀଠକୁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ କରାଯିବ .

ଭୁବନେଶ୍ବର: ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ | ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ମଞ୍ଜୁର ହେଲା ବାଇଶ କୋଟି ଟଙ୍କା |
ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଗତ ସତେଇଶ ଓ ଅଠେଇଶ ତାରିଖ ଦୁଇ ଦିନ ଧରି ଶ୍ରୀ ପାଣ୍ଡିଆନ୍ କେନ୍ଦ୍ରପଡା ଗସ୍ତ କରିଥିଲେ | ଗସ୍ତର ଦ୍ଵିତୀୟ ଦିନରେ 28 ତାରିଖ ଦିନ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ | ଏହି ସମୟରେ ଶ୍ରୀ ପାଣ୍ଡିଆନ୍ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ | ସେମାନଙ୍କ ସମସ୍ୟା ବୁଝିଥିଲେ | ସରକାର ଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ, ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ |
ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ | ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନୀ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ବାଇଶ କୋଟି ପଚାଶ ଲକ୍ଷ୍ ଏକସତରୀ ହାଜର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି |

ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ .ରାସ୍ତା, ପିଇବା ପାଣି ,ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ |
ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ |
ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠ ରେ ଭିତ୍ତିଭୂମି ର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ light and sound ର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୂଖ ପର୍ଯ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି | .ଏ ସମସ୍ତ କାମ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି |
ସୂଚନଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବ ରେ ସାତଭାୟା ଅଞ୍ଚଳ ସମୁଦ୍ର ରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି | ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନୀ |

0
0
0
s2sdefault