ଦଶପଲ୍ଲା ହାଇସ୍କୁଲର ପ୍ଲାଟିନମ ଜୁବୁଲି ଉଦଯାପିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଦଶପଲ୍ଲା ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଗତ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଦୁଇ ଦିନ ଧରି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଛି । ଆଜିର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ଯୋଗ ଦେଇଥିବା ବେଳେ ବିଶିଷ୍ଟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଇଂ.ପୁନମ ପ୍ରିୟଦର୍ଶିନୀ ଓ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ଶିକ୍ଷାବିତ ଦାଶ ବେନହୁର ଯୋଗ ଦେଇଛନ୍ତି । ୧୯୪୬ ମସିହାରୁ ପ୍ରତିଷ୍ଠିତ ଦଶପଲ୍ଲା ଉଚ୍ଚ ବିଦ୍ୟାଳୟ ଅନେକ ପ୍ରତିଭାବାନ ବ୍ୟକ୍ତିଙ୍କୁ ସୃଷ୍ଟି କରିଛି । ଅତିଥି ମାନେ ପ୍ଲାଟିନମ ଜୁବୁଲି ସମାରୋହ ଆୟୋଜକ ମାନଙ୍କୁ ବହୁ ପ୍ରଶଂସା କରିଛନ୍ତି । ଆଜିର ସମାଜରେ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିମାନେ ନିଜର କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରୁଥିବା ବେଳେ ସମୁହ କାର୍ଯ୍ୟକୁ ସହଯୋଗ କରନ୍ତି ନାହିଁ । ଦଶପଲ୍ଲା ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ଓ ବର୍ତ୍ତମାନର ଛାତ୍ରଛାତ୍ରୀ ମାନଙ୍କର ସହଯୋଗ ଲାଗି ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବାରୁ ଅତିଥିମାନେ ଖୁସିବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ଲାଟିନମ ଜୁବୁଲିର କାର୍ଯ୍ୟକାରୀ ସଭାପତି ରଶ୍ମିରଞ୍ଜନ ପଟ୍ଟନାୟକ, ପ୍ରଧାନ ଶିକ୍ଷୟତ୍ରୀ ପ୍ରଣତି ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ ।
ଏହି ଅବସରରେ ପୁରାତନ ଛାତ୍ର ମାନଙ୍କ ଦ୍ବାରା ନାଟକ ମହିଷମର୍ଦ୍ଦିନୀ ନାଟକ ଅନୁଷ୍ଠିତ ହୋଇଥିଲା ।

0
0
0
s2sdefault