ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ନୟାଗଡ଼ ଜିଲ୍ଲାର ୫-ଟି ଅନ୍ତର୍ଗୁକ୍ତ ୬୪ଟି ରୂପାନ୍ତରିତ ବିଦ୍ୟାଳୟ ଆଜି ସଂଧ୍ୟାରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ରାଧାକାନ୍ତ ସରକାରୀ ହାଇସ୍କୁଲ,ଚଣ୍ଡିବସ୍ତଠାରେ ଆଭାସୀ ମାଧ୍ୟମରେ ଲୋକାର୍ପିତ ହୋଇ ଯାଇଛି । ଏହି ଉପଲକ୍ଷେ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଅତିଥିଭାବେ ଜିଲ୍ଲା ପ୍ଲାନିଂ କମିଟି ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ,ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ,ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ,ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲାପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ,ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ସାହୁ,ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୂପମା ଖଟେଇ,ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ତଥା ଶିକ୍ଷା ବିଭାଗର ପ୍ରମୁଖ କର୍ମଚାରୀ,ଶିକ୍ଷକ ଶିକ୍ଷୟିତ୍ରୀ,ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଏବଂ ସ୍ଥାନୀୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥିଲା । ଏହି ରୂପାନ୍ତରିତ ୫-ଟି ବିଦ୍ୟାଳୟରେ ସ୍ମାର୍ଟ କ୍ଲାସରୁମ,ଇ-ଲାଇବ୍ରେରୀ,କମ୍ପ୍ୟୁଟର କ୍ଲାସରୁମ ଇତ୍ୟାଦି ସୁବିଧା ରହିଥିବା ବେଳେ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ଯୋଗୁଁ ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆସିବ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ । ତେବେ ତୃତୀୟ ପର୍ଯ୍ୟାୟରେ ଜିଳ୍ଲାର ୮ଟି ବ୍ଳକ ଅନ୍ତର୍ଗତ ୬୪ଟି ବିଦ୍ୟାଳୟ ରୂପାନ୍ତରିତ ହୋଇଥିବା ବେଳେ ଆଗାମୀ ଦିନରେ ଅନ୍ୟ ସମସ୍ତ ଉଚ୍ଚ ବିଦ୍ୟାଳୟ ଗୁଡ଼ିବ ଏହି ଯୋଜନାରେ ଅନ୍ତର୍ଭୁକ ହୋଇ ନୂତନ କଳେବର ହେବ ବୋଲି ସୂଚନା ମିଳିଛି ।
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଜିଲ୍ଲାର ୬୪ଟି ୫-ଟି ରୂପାନ୍ତରିତ ବିଦ୍ୟାଳୟ ଲୋକାର୍ପିତ
- Hits: 286







