ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ, ସମ୍ବଲପୁର, ଝାରସୁଗୁଡା,ସୁନ୍ଦରଗଡ, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।

ସେମାନେ ନିକଟରେ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ଥିଲେ । ବିଭିନ୍ନ କାର୍ଯ୍ୟକ୍ରମରେ ସେମାନେ ଭୁବନେଶ୍ୱର ଆସୁଥିବା ସମୟରେ ରହିବାରେ ଅସୁବିଧା ହେଉଥିବାରୁ ଭୁବନେଶ୍ୱର ନିକଟରେ ଏକ ଜାଗା ଦେବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ସେମାନଙ୍କ ଅନୁରୋଧ ତଥା ଅଗ୍ରିଆ ସମାଜର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ନିକଟରେ ଅଗରିଆ ସମାଜ ପାଇଁ ଅଧ ଏକର ଜମି ଯୋଗାଇବା ଦିଆଯିବ ବୋଲି ଘୋଷଣା କରିଛନ୍ତି. ଏଥିପାଇଁ ଜମି ଚିହ୍ନଟ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ଯଶାସନ ସଚିବ ଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି.
ଏଥିସହିତ ଅଗ୍ରିଆ ସମାଜ ଭବନ ନିର୍ମାଣ ପାଇଁ ତିନି କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା ପାଣ୍ଠି ରୁ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

0
0
0
s2sdefault