ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର(ଶାସକ ପ୍ରଶାସକ) ; ଗତକାଲି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଚାରିଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି | ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି |
ଏହି ଦୁର୍ଘଟଣାରେ ଆହତ ସାତଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି |