ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଉଦଯାପିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭାଗୀୟ ବିବିଧ କାର୍ଯ୍ୟକ୍ରମ ନେଇ ଆଲୋଚନା

ଭୁବନେଶ୍ୱର:ଭୁବନେଶ୍ୱର ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛିା ଏହି କର୍ମଶାଳାରେ ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭାଗୀୟ ବିବିଧ କାର୍ଯ୍ୟକ୍ରମ ଯଥା: ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା, ବାଲେଶ୍ୱର ଶଙ୍ଖାରୀସ୍ଥିତ ପଦ୍ମଭୂଷଣ ମନୋଜ ଦାସ ସ୍ମାରକୀ ପ୍ରକଳ୍ପ, ଭଦ୍ରକ ଗରଦପୁରସ୍ଥିତ ଗାନ୍ଧୀ ଓଡ଼ିଶା ବାଳାଶ୍ରମ, କଟକର ଉତ୍କଳ ଗାନ୍ଧୀ ସ୍ମାରକନିଧି, ଖୋଦ୍ଧା କେନ୍ଦୁଲୀସ୍ଥିତ ଶ୍ରୀଜୟଦେବ ପୀଠ, ପୁରୀ ଜିଲ୍ଲା ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସ ସ୍ମାରକୀ ପ୍ରକଳ୍ପ, ଜିଲ୍ଲା ପାଠାଗାର ତଥା ଅନ୍ୟାନ୍ୟ ବିଭାଗୀୟ ପାଠାଗାର ପରିଚାଳନା, ଜିଲ୍ଲା ସଂସ୍କୃତି ପରିଷଦ/ ତଥା ଜିଲ୍ଲା ସାଂସ୍କୃତିକ ପା=ି ବିନିଯୋଗ, ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିଗୁଡ଼ିକର ରକ୍ଷଣାବେକ୍ଷଣ, ଆଦର୍ଶ ବରପୁତ୍ର ଗ୍ରାମ, ଓଡ଼ିଶାର ଐତିହ୍ୟ କୀର୍ତ୍ତିରାଜିର ସଂରକ୍ଷଣ, ବିଭାଗ ଅଧିନରେ ପରିଚାଳିତ ରାଜ୍ୟ ଏକାଡେମୀଙ୍କ ପକ୍ଷରୁ ଆୟୋଜିତ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ତଥା ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲାା
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏହି କର୍ମଶାଳାରେ ଯୋଗଦେଇ ନିଜ ସଂସ୍କୃତିକୁ ଭଲପାଇବା ସହ ତାହାକୁ ବିଶ୍ୱସ୍ତରରେ ପ୍ରତିଷ୍ଠିତ କରିବା ଦିଗରେ ପ୍ରୟାସ ଜାରି ରଖିବାକୁ ପରାମର୍ଶ ଦେଇଥିଲୋ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ ରାଉତରାଏ ବିଭାଗର କାର୍ଯ୍ୟକୁ ନିଷ୍ଠାର ସହ ସଫଳ ଭାବରେ କାର୍ଯ୍ୟକାରୀ କରିବାକୁ ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲୋ
ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ, ରାଜ୍ୟ ସଂଗ୍ରହାଳୟ ନିର୍ଦ୍ଦେଶିକା ଆରତୀ ସାହୁ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଆଚାର୍ଯ୍ୟ, ଅର୍ଥ ପରାମର୍ଶଦାତା ତଥା ଉପଶାସନ ସଚିବ ଶ୍ରୀମତୀ ପଦ୍ମଜ୍ୟୋତି ସାହୁ, ଉପନିର୍ଦ୍ଦେଶକ ଶ୍ରୀ ଦେବାନନ୍ଦ ବରିହା, ଏକାଡେମୀର ସଚିବ, ରାଜ୍ୟ ପ୍ରତ୍ନତ୍ତତ୍ୱ ସଂସ୍ଥାର ଅଧୀକ୍ଷକ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଏହି ଦୁଇଦିନିଆ କର୍ମଶାଳାରେ ଯୋଗଦେଇଥିଲୋ

0
0
0
s2sdefault