ବିଭିନ୍ନ ୩0 ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, (ପ୍ରକାଶ କୁମାର ହାତୀ):ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଗୋଟି, ସାମୁହିକ ଦରଖାସ୍ତ 0୬ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ 0୫ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବିନିକା ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର , ଉପ-ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଦିପ୍ତୀରେଖା ନନ୍ଦ, ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୂପ୍ରସାଦ ପଣ୍ଡା, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜି ଏମ ଡି ଆଇ ସି ବଳଭଦ୍ର ନାୟକ,ସ୍ୱାସ୍ଥ୍ୟ ଅଧିକାରୀ, ବିନିକା ସିଏଚସି ଡ଼. ସତ୍ୟନାରାୟଣ ପାଣିଗ୍ରାହୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ବୃନ୍ଦ ପ୍ରମୁଖ ଯୋଗଦାନ କରିଥିଲେ l











