ହେଡଲାଇନସ୍:

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗାଇବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବାମଦେବ ସିଂ, ପିଏ ଆଇଟିଡିଏ ଶ୍ରୀ ଫାଲଗୁନି ମାଝୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗାଇବା ଗ୍ରାମ ପଞ୍ଚାୟତ ସମେତ ପରିଡ଼ା , ବାଇଝାଲ ଓ ବୃଶଭା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୭୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୨ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୪ ଗୋଟି ଓ ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଥିଲା।
୨ ଜଣଙ୍କୁ ରେଡ୍କ୍ରସ୍ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ଗୁମ୍ମା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁପ ଅଭିଷେକ ବେହେରା , ତହସିଲଦାର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

0
0
0
s2sdefault